Posted inଜାତୀୟ

କର୍ନାଟକରେ ଭୂସ୍ଖଳନ, ୬ ଜଣଙ୍କ ମୃତ୍ୟୁ…

ବେଙ୍ଗାଲୁରୁ, ୩।୮ : କର୍ନାଟକର ଉତ୍ତର କନ୍ନଡ ଏବଂ ଦକ୍ଷିଣ କନ୍ନଡ ଜିଲାରେ ଭୂସ୍ଖଳନରେ ଦୁଇ ଭଉଣୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ ଏହି ସୂଚନା ଦେଇଛି। ପୋଲିି କହିଛିଯେ ମୃତକଙ୍କ ମଧ୍ୟରେ ଉଭୟ ଭଉଣୀଙ୍କ ମୃତଦେହ ପରସ୍ପରର ହାତ ଧରିଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ ଉତ୍ତର କନ୍ନଡ ଜିଲାର ଭଟକଲ ତାଲୁକା ଅନ୍ତର୍ଗତ ମୁତାଲି ଗ୍ରାମରେ ଏକ ପର୍ବତର ଏକ ଅଂଶ ଖସିପଡିବାରୁ ଗୋଟିଏ ପରିବାରର ଚାରିଜଣ ସଦସ୍ୟଙ୍କର ମୃତ୍ୟୁ ଘଟିଛି।

ଦ୍ୱିତୀୟ ଘଟଣା ଦକ୍ଷିଣା କନ୍ନଡ ଜିଲାର ସୁବ୍ରମଣ୍ୟମରେ ଘଟିଛି। ସେଠାରେ ଦୁଇ ଭଉଣୀଙ୍କ ମୃତଦେହ ପରସ୍ପରର ହାତ ଧରିଥିବାର ଦେଖିବାକୁ ମିଳିଛି। ପର୍ବତର ଏକ ଅଂଶ ସେମାନଙ୍କ ଘରେ ପଡ଼ିବା ପରେ ଦୁଇ ଭଉଣୀଙ୍କର ମୃତ୍ୟୁ ଘଟିଥିଲା

ଉଦ୍ଧାର କାର୍ଯ୍ୟ ପରେ ୧୧ ବର୍ଷୀୟ ଶ୍ରୁତି ଏବଂ ୬ ବର୍ଷୀୟ ଜ୍ଞନଶ୍ରୀଙ୍କ ମୃତଦେହ ମିଳିଛି ବୋଲି ପୋଲିସ କହିଛି। ମୃତ ବାଳିକାମାନଙ୍କ ପିତାଙ୍କ ନାମ କୁସୁମଧର। ସେ କହିଛନ୍ତି ଯେ ସୁବ୍ରମଣ୍ୟମରେ ପ୍ରବଳ ବର୍ଷା ହୋଇଛି। ଏହା ଯୋଗୁ ଭୂସ୍ଖଳନ ହୋଇଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ ରାସ୍ତାରେ ଗଛ ପଡିବା ସହ ପାଣି ଜମି ରହିଥିବାରୁ ତୁରନ୍ତ ଉଦ୍ଧାରକାରୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିପାରି ନଥିଲେ। ବର୍ଷା ଯୋଗୁଁ ଉଦ୍ଧାର କାର୍ଯ୍ୟ ମଧ୍ୟ ପ୍ରଭାବିତ ହୋଇଛି ବୋଲି ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?