ରେଳପଥରେ ଭୂସ୍ଖଳନ, ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା,୮।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶିକରପାଇ ଓ କେଉଟଗୁଡ଼ା ରେଳ ଷ୍ଟେଶନ ମଝିରେ ଥିବା ୩୫ ନମ୍ବର ଟନେଲ ନିକଟରେ ଗୁରୁବାର ଭୂସ୍ଖଳନ ଘଟିଛି। ନିକଟସ୍ଥ ପାହାଡ଼ରୁ ମାଟି ଅତଡ଼ା ଓ ପଥର ଖସି ରେଳ ଧାରଣା ଉପରେ ପଡ଼ିବାରୁ କୋରାପୁଟ- ରାୟଗଡା (କେ-ଆର୍‌) ରେଳପଥରେ ଦିନ ତମାମ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୁର୍ଘଟଣାରୁ ଜଗଦଲପୁର- ହାଓଡା ସମଲେଶ୍ୱରୀ ଏକ୍ସପ୍ରେସ୍‌ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା ମିଳିଛି।

ଗୁରୁବାର ପୂର୍ବାହ୍ନରେ ସେହି ବାଟେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଯିବାର ଥିଲା। ହେଲେ ଭୂସ୍ଖଳନ ସମ୍ପର୍କରେ ଉଭୟ ଶିକରପାଇ ଓ କେଉଟଗୁଡା ରେଳଷ୍ଟେଶନ କର୍ତ୍ତୃପକ୍ଷ ସୂଚନା ପାଇ ସମଲେଶ୍ୱଶରୀ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ଶିକରପାଇ ଷ୍ଟେଶନରେ ଅଟକ ରଖାଯାଇଥିଲା।

ସୂଚନା ପାଇ ରାୟଗଡ଼ା ରେଲଓ୍ବେ ରିଲିଫ ଟିମ୍‌ ସରଞ୍ଜାମ ସହ ଘଟଣାସ୍ଥଳରେ ପହଞ୍ଚତ୍ ରେଳଧାରଣା ଉପରେ ପଡ଼ିଥିବା ପଥର ଓ ମାଟି ଅତଡ଼ା ହଟାଇ ସଫାକରିଥିଲେ। ଏହାପରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ରାୟଗଡ଼ା ଅଭିମୁଖେ ଯାତ୍ରା କରିଥିଲା। ପ୍ରାୟ ୩ ଘଣ୍ଟାରୁ ଊଦ୍ଧର୍‌ବ ସମୟ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଅଟକି ରହିଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଯିବା ପରେ ରେଲଓ୍ବେ ବୈଷୟିକ ଟିମ୍‌ ପୁଣି ରେଳ ଚଳାଚଳ ବନ୍ଦ ରଖି ପାହାଡ଼ ଉପର ଭାଗ ଏକ୍ସକାଭେଟର ଜରିଆରେ ସଫା କରିଥିଲେ। ଫଳରେ ଏହି ରେଳପଥରେ ଦିନ ତମାମ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏଠାରେ ପୁଣି ଭୂସ୍ଖଳନ ହେବାର ସମ୍ଭାବନା ଥିବାରୁ ସମସ୍ତ ଟ୍ରେନ ୨୦ କି.ମି. ଗତିରେ ଟିକିରିଠାରୁ ରାୟଗଡ଼ା ମଧ୍ୟରେ ଚଳାଚଳ କରିବା ପାଇଁ ରେଲଓ୍ବେ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?