ସାଳନ୍ଦୀ କୂଳରେ ଭୂସ୍ଖଳନ

ଆରଡ଼ି, ୨୧।୯( ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତର ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ମଙ୍ଗଳବାର ସକାଳେ ପୁଣି ଭୁସ୍ଖଳନ ହୋଇଛି। ଫଳରେ ନଦୀକୂଳବର୍ତ୍ତୀ ଜଣେ ବ୍ୟକ୍ତିଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଲଗାଣ ବର୍ଷା ଓ ନଦୀ ଜୁଆରିଆ ଯୋଗୁ ଏହି ଭୁସ୍ଖଳନ ହୋଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ପୂର୍ବରୁ ଗତ ଫେବୃୟାରୀରେ ଏଠାରେ ଭୁସ୍ଖଳନ ଯୋଗୁ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିଲା। ଏଥିରେ କେତୋଟି ତାଳଗଛ ଉପୁଡ଼ି ପଡ଼ିବା ସହ ଘର ଦବି ଯାଇଥିଲା। ତତ୍କାଳୀନ ଜିଲାପାଳ ତ୍ରିଲୋଚନ ମାଝି ଘଟଣାସ୍ଥଳକୁ ଆସି ଅନୁଧ୍ୟାନ କରି ସ୍ଥାୟୀ ପଥରବନ୍ଧ ନିର୍ମାଣ ନିମନ୍ତେ ଯାଜପୁର ଜଳସେଚନ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ନଦୀକୂଳିଆ ୫ ପରିବାରକୁ ଅନ୍ୟତ୍ର ବସବାସ କରିବାକୁ ସେ ପରାମର୍ଶ ଦେଇଥିଲେ। ଜଣେ ଠିକାଦାର କେଇ ଟ୍ରିପ୍‌ ପଥର ପକାଇ ଚୁପ୍‌ ହୋଇ ବସିଥିବା ଗ୍ରାମବାସୀ କହିଛନ୍ତି। କିଛିଦିନ ତଳେ ବିଭାଗୀୟ ଅଧିକାରୀମାନେ ଆସି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଭୁସ୍ଖଳନ ଯୋଗୁ ବାସଗୃହ ହରାଇଥିବା ପରିବାରକୁ ଆବଶ୍ୟକ ଅନୁଯାୟୀ ଆର୍ଥିକ ସହାୟତା ଯୋଗାଇ ଦେବା କଥା ମଧ୍ୟ ଆଲୋଚନା କରାଯାଇଥିଲା। ଆସନ୍ତା ନଭେମ୍ବରରେ ବନ୍ଧ ନିର୍ମାଣ କାର୍ଯ୍ୟ ହେବ ବୋଲି ଅଧିକାରୀମାନେ କହିଥିଲେ। ହେଲେ ତା’ ପୂର୍ବରୁ ବାସଗୃହ ଭୁଶୁଡ଼ିବା ଗ୍ରାମବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏ ସମ୍ପର୍କରେ ଜଳସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ କିଶୋର ଦାସ କହିଛନ୍ତି, ମଙ୍ଗଳବାର ଭୁସ୍ଖଳନ ବିଷୟରେ ସେ ଜାଣିନାହାନ୍ତି। ତେବେ ସେଠାରେ ଥିବା ବାସ ଅନୁପଯୋଗୀ ଗୃହ ଭୁଶୁଡ଼ି ପଡ଼ିବାର ସମ୍ଭାବନା ଥିଲା। ୮ ଦିନ ତଳେ ସେହି ଘରର ପରିବାର ଲୋକଙ୍କ ସହ ଆଲୋଚନା କରାଯାଇଥିଲା। ଆସନ୍ତା ଦୁଇମାସ ମଧ୍ୟରେ ନଦୀକୂଳରେ ସ୍ଥାୟୀ ବନ୍ଧ ନିର୍ମାଣ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri