Posted inଫୁରସତ

ବନ୍ଧୁତା ବଢ଼ାଏ ଭାଷା

ଜଣଙ୍କର ଭାଷା ଅନ୍ୟ ଜଣେ ନ ବୁଝିପାରିଲେ ଭାବର ଆଦାନ ପ୍ରଦାନ ସମ୍ଭବ ହୋଇ ପାରେ ନାହିଁ। ଫଳରେ ଜଣଙ୍କର ଭାବାବେଗ ଠିକ ଭାବେ ଅନ୍ୟ ଜଣେ ଜାଣି ପାରେନା। ଏହା ଦ୍ୱାରା ସମସ୍ୟା ସୃଷ୍ଟି ହୋଇଥାଏ। ଏଭଳି ସ୍ଥିତି ଗୋଟିଏ ପରିବାରଠାରୁ ଆରମ୍ଭ କରି ଦୁଇ ଭିନ୍ନ ସମାଜ ଏବଂ ବୃହତ୍‌ ଭାବେ ଦେଶ ଦେଶ କ୍ଷେତ୍ରରେ ମଧ୍ୟ ପ୍ରଯୁଜ୍ୟ। ଗୋଟିଏ ଦେଶର ଭାଷା ଅନ୍ୟ ପଡ଼ୋଶୀ ଦେଶ ନ ବୁଝିପାରିଲେ ସମ୍ପର୍କରେ ଦୂରତା ବଢ଼େ। ଫଳରେ ସମ୍ପର୍କ ସ୍ଥାପନ କଷ୍ଟକର ହୋଇଯାଏ। ଏ କ୍ଷେତ୍ରରେ ଦୁଇ ଦେଶର ଭାଷା ବୁଝୁଥିବା ଜଣେ ଲୋକଙ୍କ ଦ୍ୱାରା ଭାବର ଆଦାନ ପ୍ରଦାନ କରାଯାଇପାରେ। ଭାବ ଆଦାନ ପ୍ରଦାନରେ ଭାଷାର ଉପଯୋଗିତା ଏବଂ ଗୋଟିଏ ଭାଷାକୁ ଅନ୍ୟ ଭାଷାରେ ଅନୁବାଦର ବ୍ୟବହାରକୁ ଉପଲବ୍ଧି କରି ପ୍ରତିବର୍ଷ ସେପ୍ଟେମ୍ବର ୩୦ରେ ଅନ୍ତର୍ଜାତୀୟ ଅନୁବାଦ ଦିବସ ପାଳନ କରାଯାଇଥାଏ। ଏହି ଦିନ ଉତ୍ତର-ପୂର୍ବ ଇଟାଲୀର ସେଣ୍ଟ୍‌ ଜେରୋମେଙ୍କ ପରଲୋକ ଘଟିଥିଲା। ସେ ପ୍ରଥମେ ବାଇବେଲର ଅନୁବାଦ କରିଥିଲେ।
୨୦୦୫ଠାରୁ ଏହି ଦିନ ଜାତିସଂଘ ପକ୍ଷରୁ ସଦସ୍ୟ ରାଷ୍ଟ୍ରଙ୍କ ମଧ୍ୟରେ ଅନୁବାଦ ପ୍ରତିଯୋଗିତା ଆୟୋଜନ କରାଯାଉଛି।
ବିଶ୍ୱ ଅନୁବାଦ ଦିବସ ପାଳନ ପାଇଁ ୨୦୧୭ ମେ’ ୨୪ରେ ଜାତିସଂଘ ମହାସଭାରେ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ୨୦୧୮ଠାରୁ ପ୍ରତିବର୍ଷ ଅନ୍ତର୍ଜାତୀୟ ଅନୁବାଦ ଦିବସ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri