Posted inଫୁରସତ

ବନ୍ଧୁତା ବଢ଼ାଏ ଭାଷା

ଜଣଙ୍କର ଭାଷା ଅନ୍ୟ ଜଣେ ନ ବୁଝିପାରିଲେ ଭାବର ଆଦାନ ପ୍ରଦାନ ସମ୍ଭବ ହୋଇ ପାରେ ନାହିଁ। ଫଳରେ ଜଣଙ୍କର ଭାବାବେଗ ଠିକ ଭାବେ ଅନ୍ୟ ଜଣେ ଜାଣି ପାରେନା। ଏହା ଦ୍ୱାରା ସମସ୍ୟା ସୃଷ୍ଟି ହୋଇଥାଏ। ଏଭଳି ସ୍ଥିତି ଗୋଟିଏ ପରିବାରଠାରୁ ଆରମ୍ଭ କରି ଦୁଇ ଭିନ୍ନ ସମାଜ ଏବଂ ବୃହତ୍‌ ଭାବେ ଦେଶ ଦେଶ କ୍ଷେତ୍ରରେ ମଧ୍ୟ ପ୍ରଯୁଜ୍ୟ। ଗୋଟିଏ ଦେଶର ଭାଷା ଅନ୍ୟ ପଡ଼ୋଶୀ ଦେଶ ନ ବୁଝିପାରିଲେ ସମ୍ପର୍କରେ ଦୂରତା ବଢ଼େ। ଫଳରେ ସମ୍ପର୍କ ସ୍ଥାପନ କଷ୍ଟକର ହୋଇଯାଏ। ଏ କ୍ଷେତ୍ରରେ ଦୁଇ ଦେଶର ଭାଷା ବୁଝୁଥିବା ଜଣେ ଲୋକଙ୍କ ଦ୍ୱାରା ଭାବର ଆଦାନ ପ୍ରଦାନ କରାଯାଇପାରେ। ଭାବ ଆଦାନ ପ୍ରଦାନରେ ଭାଷାର ଉପଯୋଗିତା ଏବଂ ଗୋଟିଏ ଭାଷାକୁ ଅନ୍ୟ ଭାଷାରେ ଅନୁବାଦର ବ୍ୟବହାରକୁ ଉପଲବ୍ଧି କରି ପ୍ରତିବର୍ଷ ସେପ୍ଟେମ୍ବର ୩୦ରେ ଅନ୍ତର୍ଜାତୀୟ ଅନୁବାଦ ଦିବସ ପାଳନ କରାଯାଇଥାଏ। ଏହି ଦିନ ଉତ୍ତର-ପୂର୍ବ ଇଟାଲୀର ସେଣ୍ଟ୍‌ ଜେରୋମେଙ୍କ ପରଲୋକ ଘଟିଥିଲା। ସେ ପ୍ରଥମେ ବାଇବେଲର ଅନୁବାଦ କରିଥିଲେ।
୨୦୦୫ଠାରୁ ଏହି ଦିନ ଜାତିସଂଘ ପକ୍ଷରୁ ସଦସ୍ୟ ରାଷ୍ଟ୍ରଙ୍କ ମଧ୍ୟରେ ଅନୁବାଦ ପ୍ରତିଯୋଗିତା ଆୟୋଜନ କରାଯାଉଛି।
ବିଶ୍ୱ ଅନୁବାଦ ଦିବସ ପାଳନ ପାଇଁ ୨୦୧୭ ମେ’ ୨୪ରେ ଜାତିସଂଘ ମହାସଭାରେ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ୨୦୧୮ଠାରୁ ପ୍ରତିବର୍ଷ ଅନ୍ତର୍ଜାତୀୟ ଅନୁବାଦ ଦିବସ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri