‘ଭାଷା ବ୍ୟବହାରରେ ଲିପିର ଆବଶ୍ୟକତା ନ ଥାଏ’

ଭୁବନେଶ୍ୱର,୨୭।୧୧: ସେଞ୍ଚୁରିଆନ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ବା ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ ଓଡ଼ିଶା ଓ ଲିଙ୍ଗୁଇଷ୍ଟିକ୍‌ ସୋସାଇଟି ଅଫ୍‌ ଇଣ୍ଡିଆର ମିଳିତ ସହଯୋଗରେ ୪୪ତମ ଅନ୍ତର୍ଜାତୀୟ ଲିଙ୍ଗୁଇଷ୍ଟିକ ସୋସାଇଟି ଅଫ୍‌ ଇଣ୍ଡିଆ (ଆଇସିଓଏଲ୍‌ଏସ୍‌ଆଇ-୪୪) ସମ୍ମିଳନୀ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଏପରିକି ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ଜଟଣୀ କ୍ୟାମ୍ପସ ପରିସରରେ ଆୟୋଜିତ ୩ ଦିନିଆ ଉକ୍ତ ସମ୍ମିଳନୀକୁ ଉଦ୍‌ଘାଟନ କରି ରାଜ୍ୟପାଳ କହିଥିଲେ, ଭାଷାର କୌଣସି ସ୍ତର ନାହିଁ। ଏପରିକି ଭାଷାର ପରିବ୍ୟାପ୍ତି ବିଷୟରେ ସେ ବିସ୍ତୃତ ଭାବେ ବୁଝାଇ କହିଥିଲେ ଯେ ଭାଷା ବ୍ୟବହାର ପାଇଁ ଲିପି ହୁଏତ ଏକ ମାଧ୍ୟମ ହୋଇପାରେ ହେଲେ ମନର ଭାଷା, ମସ୍ତିଷ୍କର ଭାଷା ଓ ଇସାରାର ଭାଷା ଆଦି ବ୍ୟବହାରରେ ଲିପିର ଆବଶ୍ୟକତା ନ ଥାଏ। ବିଶେଷକରି ଭାଷା କିଭଳି, କେମିତିକା, କାହିଁକି, କେଉଁଠାରେ କୁହାଯାଉଛି ତାହା ହିଁ ବଡ଼କଥା। ସେହିଭଳି ରାଜ୍ୟପାଳ ସଂସ୍କୃତ, କୋରିଆ, ହିବ ଭାଷାର ଉଦାହରଣ ଦେଇ ମାତୃଭାଷାର ମହତ୍ତ୍ୱ କଥା କହିଥିଲେ। ଭାଷା ଯୋଡ଼େ, ଭାଷା ଗଢ଼େ ବୋଲି ମତ ଦେଇ ଗଣେଶୀ ଲାଲ ଉକ୍ତ ଅନ୍ତର୍ଜାତୀୟ ସମ୍ମିଳନୀର ସଫଳତା କାମନା କରିଛନ୍ତି। ସେହିପରି ଆଇସିଓଏଲ୍‌ଏସ୍‌ଆଇ-୪୪ ଅଧ୍ୟକ୍ଷ ଏବଂ ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ ଆନ୍ଧ୍ରପ୍ରଦେଶର କୁଳପତି ପ୍ରଫେସର ଦେବୀପ୍ରସନ୍ନ ପଟ୍ଟନାୟକ, ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟ ଓଡ଼ିଶାର କୁଳପତି ପ୍ରଫେସର ସୁପ୍ରିୟା ପଟ୍ଟନାୟକ, ଲିଙ୍ଗୁଇଷ୍ଟିକ୍‌ ସୋସାଇଟି ଅଫ୍‌ ଇଣ୍ଡିଆର ସଭାପତି ପ୍ରଫେସର ଜି. ଉମା ମହେଶ୍ୱର ରାଓ, ପୂର୍ବତନ ଭି.ସି. ବିପିୟୁଟି ଏବଂ ନିର୍ଦ୍ଦେଶକ ଟେକ୍ନୋଲୋଜି ଏବଂ ଏକାଡେମିକ୍‌ ଇନିସିଏଟିଭ୍‌, ଆର୍‌ଏସ୍‌ବି ମେଟାଲଟେକ୍‌, ଆର୍‌ଏସ୍‌ବି ଗ୍ରୁପ୍‌, ପୁଣେ, ପ୍ରଫେସର ଓମ୍‌କାର ନାଥ ମହାନ୍ତି ପ୍ରମୁଖ ଯୋଗଦେଇ ନିଜ ନିଜର ମତ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri