ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ହେଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ସ୍ୱତ୍ତ୍ବେ ମଧ୍ୟ ଦୁର୍ଗମ ତଥା ଗ୍ରାମାଞ୍ଚଳମାନଙ୍କରେ ଆବଶ୍ୟକ କର୍ମ ନିଯୁକ୍ତି ପହଞ୍ଚିପାରୁନି । ଯାହାଫଳରେ ପେଟ ପାଟଣା ତଥା ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଯାଇ ଅନେକ ଯୁବଙ୍କ ମୃତ୍ୟୁ ଘଟୁଥିବା ବେଳେ ମଙ୍ଗଳବାର ସନ୍ଧ୍ୟାରେ ପୁଣି କେରଳରୁ ଜଣେ ଶ୍ରମିକଙ୍କ ଶବ ନିଜ ଭିଟାମାଟିକୁ ପହଞ୍ଚିଛି । ମୃତ ଦାଦନ ଶ୍ରମିକ ଜଣକ ଲାଞ୍ଜିଗଡ ବ୍ଲକ ପାହାଡ଼ ପଦର ପଞ୍ଚାୟତ ଅନ୍ତର୍ଗତ ପୁଞ୍ଜାମ ଗାଁର ସନାଙ୍ଗ ମାଝୀଙ୍କ ପୁଅ ବିସ୍ମ ମାଝୀ (୨୯) ।

ସୂଚନାନୁସାରେ ମୃତ ଵିସ୍ମ କିଛି ମାସ ପୂର୍ବେ ଗାଁର କିଛି ଲୋକଙ୍କ ସହିତ ମିଶି ପରିବାର ପ୍ରତିପୋଷଣ କରିବା ପାଇଁ କେରଳକୁ ଯାଇଥିଲେ । କେରଳର ତ୍ରିଶୂର ଠାରେ ଏକ କ୍ରସରରେ କାମ କରୁଥିଲେ । ହେଲେ ଗତ ୩୧ ତାରିଖ ରବିବାର ଦିନ କୌଣସି କାରଣ ବଶତଃ ତାଙ୍କ ମୃତ୍ୟୁ ହୋଇଥିଲା । କେରଳରୁ ଆମ୍ବୁଲାନସ ଯୋଗେ ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ମୃତଦେହ ପୁଞ୍ଜାମ ଗାଁକୁ ପହଞ୍ଚିଥିବା ବେଳେ କାନ୍ଦ ବୋବାଳୀରେ ଗାଁ ଦାଣ୍ଡ ଫାଟିପଡିଥିଲା । ମୃତ ଵିସ୍ମ ପରିବାରର ଏକ ମାତ୍ର ରୋଜଗାରକ୍ଷମ ହୋଇଥିବା ବେଳେ ତାଙ୍କର ଏକ ୩ବର୍ଷର ସନ୍ତାନ ଶହ ସ୍ତ୍ରୀ ଏବଂ ବୃଦ୍ଧ ପିତାମତା ରହିଛନ୍ତି ।

ତେଵେ ରୋଜଗାରିଆ ପୁଅକୁ ହରାଇ ପରିବାର ଭାଙ୍ଗି ପଡ଼ିଥିବା ବେଳେ ବୁଧବାର ଶୋକାକୁଳ ପରିବେଶରେ ଗାଁ ମଶାଣିରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଏ ନେଇ ଅତିରିକ୍ତ ଶ୍ରମ ଅଧିକାରୀ ଜିତମ ମାଝୀଙ୍କୁ ପଚାରିବାରୁ ଆମକୁ ଏ ବିଷୟରେ କେହି ସୂଚନା ଦେଇନାହାନ୍ତି ପରିବାର ଲୋକଙ୍କ ସହିତ ଯୋଗାଯୋଗ କରି ସରକାରଙ୍କ ପ୍ରକ୍ରିୟା ଅନୁଯାୟୀ କାର୍ଯ୍ୟକାରୀ କରାଯିବ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri