ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢ଼ଳଦେବ ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଥିବାବେଳେ ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ବେହେରା,ସମାଜସେବୀ ହରିଶଙ୍କର ପାତ୍ର,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲଷ୍ମୀପ୍ରିୟା ମୁଦୁଲି,ଅତିରିକ୍ତ ଶିକ୍ଷା ଅଧିକାରୀ ଭାରତ ଭୂଷଣ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ । ଅତିଥି ମାନେ ନିପୁଣ ଓଡିଶା ମେଳାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି ଅବସରରେ ଏକ ଶପଥ ପାଠ ମଧ୍ୟ କରାଯାଇଥିଲା । ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀମାନେ କିଭଳି ସହଜରେ ଭୟମୁକ୍ତ ହୋଇ ଶିକ୍ଷା ଗ୍ରହଣ କରିପାରିବେ ଏବଂ ଶିକ୍ଷକ ମାନଙ୍କ ଅପେକ୍ଷା ଛାତ୍ରଛାତ୍ରୀମାନେ କିଭଳି ଅଧିକରୁ ଅଧିକ ଭୂମିକା ଗ୍ରହଣ କରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ। ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ ଓ ଶିକ୍ଷକ ଲଳିତ ମୋହନ ମାଝୀ ମଞ୍ଚ ସଂଯୋଜନା କରିଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭରତ ଭୂଷଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବ୍ଲକର ୧୩ଟି କ୍ଳଷ୍ଟରେ ଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଉପରେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ ।ଏହି ଅବସରରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।ଏଥିରେ ରାଜ୍ୟ ସ୍ତରୀୟ ପୁରସ୍କାରପ୍ରାପ୍ତ ଦୁଇ ଜଣ ଶିକ୍ଷକ ଓ ବିଭିନ୍ନ ବିଦ୍ୟାଳୟର କିଛି ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା।ଏହା ବିଭିନ୍ନ କାର୍ଯ୍ୟକ୍ରମ ସଫଳ ହାସଲ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା।ଏଥିରେ ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ସୁନା,ବରିଷ୍ଠ ଶିକ୍ଷକ ଆଦିତ୍ୟ କୁମାର ପଣ୍ଡା କ୍ଲଷ୍ଟର ସଂଯୋଜକ ସୌଭାଗ୍ୟ ରଞ୍ଜନ ସାହୁ,ଜଳନ୍ଦର ମାଝୀ,କୁମାର ଗୌରବ ପରିଡା,ପ୍ରବୀଣ ତାଣ୍ଡି,ବିଜୟ କୁମାର ରାଏ,ପ୍ରକାଶ ଚନ୍ଦ୍ର ପ୍ରଧାନ,ଦୁଃଖିଶ୍ୟାମ ବାରିକ,ଶିବରାମ ପ୍ରଧାନ, ଘାଶିରାମ ମାଝୀ,ତ୍ରିନାଥ ଶ୍ୟାମ କୁମାର,ସଞ୍ଜୀବ କୁମାର ସାହୁ,ପ୍ରଣବ କୁମାର ସରାଫ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଘେରାଉ ପାଇଁ କଂଗ୍ରେସର ପ୍ରସ୍ତୁତି

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ) – ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ୨୭ତାରିଖ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ...

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ...

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ...

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ...

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri