ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ ଦେଇ ଗମନାଗମନ କରୁଥିବା ଶହ ଶହ ଯାନବାହନ ଏବଂ ସ୍ଥାନୀୟ ଲୋକଙ୍କ ପାଇଁ ଏହା ମରଣଜନ୍ତା ପାଲଟିଛି।

ଲଗାଣ ଲଘୁଚାପ ଜନିତ ବର୍ଷା ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କିଛିଦିନ ତଳେ ଲାଞ୍ଜିଗଡ଼-ବନ୍ଧପାରୀ ରାସ୍ତାର ଦୁଇ ପାର୍ଶ୍ୱରୁ ମାଟି ଖସିଥିବା ବେଳେ, ଏବେ ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ବଂଶଧାରା ପୋଲ ନିକଟରେ ବଡ଼ ଧରଣର ଭସାଣି ହୋଇଛି। ରାସ୍ତା ତଳପଟୁ ମାଟି ଧୋଇଯାଇ ସୁଡ଼ଙ୍ଗ ଭଳି ପରିସ୍ଥିତି ସୃଷ୍ଟି ହୋଇଛି, ଯାହାଫଳରେ ରାସ୍ତାଟି କେତେବେଳେ ବି ଦବିଯାଇ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ଦେଖାଦେଇଛି।

ଏହି ମୁଖ୍ୟ ରାସ୍ତାଟି ତ୍ରିଲୋଚନପୁର, ବିଜେପୁର ଏବଂ ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ବ୍ଲକକୁ ସିଧାସଳଖ ଯୋଗାଯୋଗ କରୁଛି। ଏହାଛଡ଼ା ବେଦାନ୍ତ ଲିମିଟେଡର ଷ୍ଟାଫ୍ କଲୋନୀ ଓ ବେଦାନ୍ତ ଡି.ଏ.ଭି. ଅନ୍ତର୍ଜାତୀୟ ବିଦ୍ୟାଳୟ ପାଇଁ ଏହା ମୁଖ୍ୟ ଗନ୍ତବ୍ୟ ପଥ। ପ୍ରତିଦିନ ସ୍କୁଲ ବସ୍‌ରେ ଶହ ଶହ କୋମଳମତି ଛାତ୍ରଛାତ୍ରୀ ଏହି ରାସ୍ତା ଦେଇ ଯାତାୟାତ କରୁଛନ୍ତି। ରାସ୍ତା କଡ଼ରେ ଧସିଯାଉଥିବା ଏହି ଖାଇ ଯୋଗୁ ଚାରିଚକିଆ ଯାନ, ସ୍କୁଲ ବସ୍ ଓ ଭାରୀଯାନଗୁଡ଼ିକ ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛନ୍ତି। ଏହି ସମ୍ବେଦନଶୀଳ ସମସ୍ୟା ପ୍ରତି ଜିଲ୍ଲା ପ୍ରଶାସନ ଓ ପୂର୍ତ୍ତ ବିଭାଗ ତୁରନ୍ତ ଦୃଷ୍ଟି ଦେଇ ରାସ୍ତାର ସ୍ଥାୟୀ ମରାମତି କାର୍ଯ୍ୟ କରିବାକୁ ଅଞ୍ଚଳବାସୀ ଓ ଅଭିଭାବକ ମହଲରୁ ଦୃଢ଼ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri