ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ ସାମ୍ବାଦିକ ଏମ୍. ଚନ୍ଦ୍ର ଶେଖର

ଲାଞ୍ଜିଗଡ଼,୧୬ା୧୧(ରମେଶ ଚନ୍ଦ୍ର ନାୟକ): ଜାତୀୟ ପ୍ରେସ ଦିବସ ଅବସରରେ କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ପ୍ରେସ୍ କ୍ଲବ୍ ସମ୍ପାଦକ ଏମ୍. ଚନ୍ଦ୍ର ଶେଖରଙ୍କୁ ମହମ୍ମଦ ଅସଲମ ସ୍ମୃତି ସମ୍ମାନ-୨୦୨୫ ରେ ସମ୍ମାନିତ କରାଯାଇଛି।

ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ସ୍ଥିତ ଅଗ୍ରସେନ ଭବନରେ ଓଡ଼ିଶା ୟୁନିୟନ ଅଫ୍ ଜର୍ଣ୍ଣାଲିଷ୍ଟ୍ସ (OUJ) ସହବନ୍ଧିତ କଳାହାଣ୍ଡି ସାମ୍ବାଦିକ ୟୁନିୟନ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ ଦିବସ କାର୍ଯ୍ୟକ୍ରମରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମପି ମାଳବିକା ସିଂ ଦେଓ, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଓଡ଼ିଶା ସାମ୍ବାଦିକ ୟୁନିୟନର ସଭାପତି ପ୍ରସନ୍ନ ମହାନ୍ତି, ଏବଂ ଜିଲା ସାମ୍ବାଦିକ ୟୁନିୟନର ସଭାପତି କମ୍ବୁପାଣି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଶେଖର ଦୀର୍ଘ ଦିନ ଧରି ଲାଞ୍ଜିଗଡ଼ର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ପହଞ୍ଚି ସ୍ୱାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ, ଗମନାଗମନ ଭଳି ମୌଳିକ ସମସ୍ୟାଗୁଡ଼ିକୁ ବାରମ୍ବାର ଖବର ପରିବେଷଣ ମାଧ୍ୟମରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସେବା ଯୋଗାଇ ଦେବାର ମହତ କାର୍ଯ୍ୟ କରିଆସୁଥିବାରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ଏହି ସମ୍ମାନ ପାଇଁ ଜିଲା ତଥା ଲାଞ୍ଜିଗଡ଼ ବ୍ଲକ୍ ଅଞ୍ଚଳରେ ଶେଖରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri