ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଆଧ୍ୟାତ୍ମିକ ଓ ପାରମ୍ପରିକ ପର୍ବରେ ୧୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।

ପରମ୍ପରା ଅନୁଯାୟୀ, ଲାଞ୍ଜିଗଡ଼ରେ ଦଶମୀ ନୂଆଖାଇ ଓ ବାସୀ ପର୍ବ ପାଳିତ ହେବା ପରେ ତ୍ରୟୋଦଶୀ ତିଥିରେ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜଉଆସକୁ ନିଆଯାଇଥାଏ। ସେଠାରେ ପୂଜାର୍ଚ୍ଚନା ପରେ ଅଗ୍ନି ଭୈରବଙ୍କ ଗୋଟିଏ, ବାଲି ଭୈରବଙ୍କ ଗୋଟିଏ ଏବଂ ବୁଢ଼ା ଭୈରବଙ୍କ ଦୁଇଟି ଖଣ୍ଡାକୁ ‘ବାଲି ଘର’କୁ ନିଆଯାଏ।

ସେହିଦିନ ପୂଜକମାନେ ସ୍ଥାନୀୟ ଶୁକ୍ଲିନାଳରୁ ୯ଟି ଚାଙ୍ଗୁଡ଼ିରେ ବାଲି ଆଣିବା ସହ ଶ୍ରଦ୍ଧାଳୁଙ୍କ ଘରୁ ୯ ପ୍ରକାର ଶସ୍ୟ ସଂଗ୍ରହ କରି ବାଲି ଘରେ ରଖି ପୂଜାର୍ଚ୍ଚନା କରିଥାନ୍ତି। ଅଶ୍ୱପଞ୍ଚମୀ ତିଥିରେ ତିନି ଭୈରବଙ୍କ ପ୍ରତୀକ ବାଲି ଘରୁ ମୁଖ୍ୟ ମନ୍ଦିରକୁ ଅଣାଯାଇ ଆଜ୍ଞାମାଳ ନିଆଯାଏ। ପରେ ନିଆଁର ‘ଖନ୍ଦା’ (ଝାମୁ)କୁ ତିନିଥର ପ୍ରଦକ୍ଷିଣ କରି ଠାକୁରାଣୀ ମନ୍ଦିରକୁ ଯାଇ ଦେବୀଙ୍କୁ ଆମନ୍ତ୍ରଣ କରାଯାଇଥାଏ।

ଯାତ୍ରା ସମୟରେ ଚାରୋଟି କଟା କଦଳୀ ଗଛକୁ ଧଳା କପଡ଼ା ଘୋଡ଼ାଇ ଗଉରୀଘର ପ୍ରସ୍ତୁତ କରାଯାଇ ବଡ଼ଭୋଗ (ପାରା ବଳି) ଦିଆଯାଇଥିଲା। ଏହାପରେ ଅଗ୍ନି ଭୈରବଙ୍କ କାଳେସୀ ଡହଡହ ତତଲା ରଡ଼ ନିଆଁ ଉପରେ ଚାଲିବାର ଅଲୌକିକ ଦୃଶ୍ୟ ଶ୍ରଦ୍ଧାଳୁଙ୍କୁ ବିମୋହିତ କରିଥିଲା। ଏହି ସମୟରେ ଶ୍ରଦ୍ଧାଳୁଙ୍କ ହର୍ଷଧ୍ୱନି ସହ ଡମ୍‌ବାଜା, ଘୁମୁରା ଓ କୀର୍ତ୍ତନର ଶବ୍ଦରେ ଗଗନପବନ ମୁଖରିତ ହୋଇଉଠିଥିଲା। ଯାତ୍ରା ଶେଷରେ ମାନସିକଧାରୀମାନେ ଶହ ଶହ କୁକୁଡ଼ା, ପାରା, ବତକ ଓ ଛେଳି ବଳି ଦେଇଥିଲେ।

ଏହି ସ୍ୱତନ୍ତ୍ର ପୂଜାରେ ଅଗ୍ନିଭୈରବ, ବାଲି ଭୈରବ ଅଭିମନ୍ୟୁ ପାତ୍ର, ଠାକୁରାଣୀଙ୍କ ପୂଜାରୀ ଜମ୍ବେଶ୍ୱର ପୂଜାରୀ, ଗୁରମାଇଁ, ପାଟ ଘୁମରିଆ ଓ ଚଲାନ୍ ପ୍ରମୁଖ ସାମିଲ ହୋଇଥିଲେ।

ଲାଞ୍ଜିଗଡ଼ ରାଜା ସୁରେନ୍ଦ୍ର ପ୍ରତାପ ସିଂହଦେଓ, ‘ହରିହର ସାଂସ୍କୃତିକ ଅନୁଷ୍ଠାନ’, ‘ଲାଞ୍ଜିଗଡ଼ ଯୁବକ ସଂଘ’ ଏବଂ ମନ୍ଦିର ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଲାଞ୍ଜିଗଡ଼ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?