ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭକାରୀମାନେ ‘ଭୋଟ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ’ ସ୍ଲୋଗାନ ଦେଇଥିଲେ। ଏଥିସହ ଏମଏମ୍‌ଡିଆର୍‌ ସଂଶୋଧିତ ଅଧିନିୟମ ବନ୍ଦ କରିବା, ସିଇସି ଜ୍ଞାନେଶ କୁମାରଙ୍କ ବହିଷ୍କାର, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଏବଂ ଏସଆଇଆର୍‌ ପ୍ରତ୍ୟାହାର ଏବଂ ବନ୍ୟା ବିପନ୍ନଙ୍କୁ ତୁରନ୍ତ ସହାୟତା ପ୍ରଦାନ ଭଳି ବିଭିନ୍ନ ଦାବି ଉଠାଯାଇଥିଲା। ବିଶ୍ୱନାଥପୁର ଠାରେ ସିପିଆଇ, ସିପିଆଇ(ଏମ), ସିପିଆଇ(ଏମଏଲ) ଲିବରେସନ, ସମାଜବାଦୀ ପାର୍ଟି, ଜେଏମଏମ, ଶିବସେନା ସମେତ ଇଣ୍ଡିଆ ମେଣ୍ଟର କର୍ମୀ ଓ ସମର୍ଥକମାନେ ରାସ୍ତାକୁ ଓହ୍ଲାଇ ରାସ୍ତା ଅବରୋଧ କରିଥିଲେ। ଶେଷରେ କଂଗ୍ରେସ ଦଳ ପକ୍ଷରୁ ବିଶ୍ୱନାଥପୁର ଠାରୁ ଲାଞ୍ଜିଗଡ଼, ନିୟମଗିରି ବେଦାନ୍ତ ନଗର, କେନ୍ଦୁବୋର୍ଡି, ଜଗନ୍ନାଥପୁର ପର୍ଯ୍ୟନ୍ତ ଏକ ବାଇକ ରାଲିରେ ବାହାରି ଭୋଟ ’ବଞ୍ଚାଅ, ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ’ ନାରାବାଜି ଦେଇଥିଲ। ଏହି ବନ୍ଦ ପାଳନରେ ପୂର୍ବତନ ମନ୍ତ୍ରୀ ଡ. ବଳଭଦ୍ର ମାଝୀ, ଲାଞ୍ଜିଗଡ଼ ବ୍ଲକ କଂଗ୍ରେସ କମିଟି ସଭାପତି ଗୋବିନ୍ଦ ପ୍ରଧାନୀ, କାର୍ଯ୍ୟକାରୀ ସଭାପତି ସନ୍ତୋଷ କୁମାର ତୁଳ, ଯୁବ ସଭାପତି ମକରନ୍ଦ ନିଆଲଙ୍କ ସମେତ ବିଭିନ୍ନ ବାମ ଦଳର ନେତା ଓ କର୍ମୀମାନେ ଉପସ୍ଥିତ ରହି ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିଥିଲେ। ଜରୁରୀ କାମ ତଥା ମେଡିକାଲ କାମରେ ଯାଉଥିବା ଲୋକମାନଙ୍କୁ ଛାଡ଼ ଦିଆ ଯାଉଥିବା ବେଳେ ବନ୍ଦ ଯୋଗୁ ପୋଖରୀବନ୍ଧ-ଲାଞ୍ଜିଗଡ଼ ମୁଖ୍ୟ ରାସ୍ତା ଓ ଭବାନୀପାଟଣା-ରାୟଗଡ଼ା ମୁଖ୍ୟ ସଡ଼କ, ଲାଞ୍ଜିଗଡ଼- ମୁନିଗୁଡା ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ବିଭିନ୍ନ ଅଞ୍ଚଳରେ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଥିଲା। ବନ୍ଦ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ପାଇଁ ଲାଞ୍ଜିଗଡ଼, ବିଶ୍ୱନାଥପୁର, ବିଜେପୁର ପୋଲିସ ପକ୍ଷରୁ ବିଭିନ୍ନ ପ୍ରମୁଖ ସ୍ଥାନରେ ସୁରକ୍ଷା କର୍ମୀ ମୁତୟନ କରା ଯାଇଥିଲା। ସେହିପରି ବ୍ଲକର ୨୬ଟି ପଞ୍ଚାୟତର ବିଭିନ୍ନ ସ୍ଥାନରେ ଏହି ବନ୍ଦ ପାଳନର ପ୍ରଭାବ ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?