ଲାପିଡ ଇସ୍ରାଏଲର ୧୪ତମ ପ୍ରଧାନମନ୍ତ୍ରୀ, ମୋଦି ଜଣାଇଲେ ଅଭିନନ୍ଦନ…

ଜେରୁଜେଲମ୍‌/ନୂଆଦିଲ୍ଲୀ, ୧।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟେର ଲାପିଡଙ୍କୁ ଇସ୍ରାଏଲର ୧୪ ତମ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଲାପିଡ ଗୁରୁବାର-ଶୁକ୍ରବାର ମଧ୍ୟରାତ୍ରିରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲାପିଡଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି ଯେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି।

ଚଳିତ ବର୍ଷ ଭାରତ ଇସ୍ରାଏଲ ମଧ୍ୟରେ କୂଟନୈତିକ ସମ୍ପର୍କକୁ ୩୦ବର୍ଷ ପୂରଣ ହୋଇଛି। ଉଭୟ ଦେଶର ରଣନୈତିକ ଭାଗିଦାରୀକୁ ଆଗକୁ ନେବାକୁ ମୁଁ ଆଗ୍ରହୀ ବୋଲି ମୋଦି କହିଛନ୍ତି। ଟାଇମ୍ସ ଅଫ ଇସ୍ରାଏଲ ଅନୁଯାୟୀ, ନଭେମ୍ବରରେ ନିର୍ବାଚନ ପୂର୍ବରୁ ସେ କେୟାରଟେକର ସରକାରର ମୁଖ୍ୟ ଭାବେ ନିଯୁକ୍ତି ପାଇଥିବାରୁ ଲାପିଡଙ୍କ କାର୍ଯ୍ୟକାଳ ଛୋଟ ହୋଇପାରେ ।

ଗୁରୁବାର ଅପରାହ୍ନରେ ଦାୟିତ୍ୱ ହସ୍ତାନ୍ତର ସମାରୋହରେ ର୍ପୂବତନ ପ୍ରଧାନମନ୍ତ୍ରୀ ନାଫ୍ଟାଲୀ ବେନେଟଙ୍କ ସହ ଲାପିଡ କହିଛନ୍ତି ଯେ ଆମେ ଏକ ଇହୁଦୀ, ଗଣତାନ୍ତ୍ରିକ ଦେଶ, ଭଲ, ଶକ୍ତିଶାଳୀ ତଥା ସମୃଦ୍ଧ ଇସ୍ରାଏଲ ପାଇଁ ଚେଷ୍ଟା କରିବୁ। ଏହି କାର୍ଯ୍ୟ ଅନ୍ୟ ପଦକ୍ଷେପ ତୁଳନାରେ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଭାରତର ପ୍ରକୃତ ବନ୍ଧୁ ହୋଇଥିବାରୁ ବିଦାୟୀ ପ୍ରଧାନମନ୍ତ୍ରୀ ବେନେଟଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri