ଲାପିଡ ଇସ୍ରାଏଲର ୧୪ତମ ପ୍ରଧାନମନ୍ତ୍ରୀ, ମୋଦି ଜଣାଇଲେ ଅଭିନନ୍ଦନ…

ଜେରୁଜେଲମ୍‌/ନୂଆଦିଲ୍ଲୀ, ୧।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟେର ଲାପିଡଙ୍କୁ ଇସ୍ରାଏଲର ୧୪ ତମ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଲାପିଡ ଗୁରୁବାର-ଶୁକ୍ରବାର ମଧ୍ୟରାତ୍ରିରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲାପିଡଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି ଯେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି।

ଚଳିତ ବର୍ଷ ଭାରତ ଇସ୍ରାଏଲ ମଧ୍ୟରେ କୂଟନୈତିକ ସମ୍ପର୍କକୁ ୩୦ବର୍ଷ ପୂରଣ ହୋଇଛି। ଉଭୟ ଦେଶର ରଣନୈତିକ ଭାଗିଦାରୀକୁ ଆଗକୁ ନେବାକୁ ମୁଁ ଆଗ୍ରହୀ ବୋଲି ମୋଦି କହିଛନ୍ତି। ଟାଇମ୍ସ ଅଫ ଇସ୍ରାଏଲ ଅନୁଯାୟୀ, ନଭେମ୍ବରରେ ନିର୍ବାଚନ ପୂର୍ବରୁ ସେ କେୟାରଟେକର ସରକାରର ମୁଖ୍ୟ ଭାବେ ନିଯୁକ୍ତି ପାଇଥିବାରୁ ଲାପିଡଙ୍କ କାର୍ଯ୍ୟକାଳ ଛୋଟ ହୋଇପାରେ ।

ଗୁରୁବାର ଅପରାହ୍ନରେ ଦାୟିତ୍ୱ ହସ୍ତାନ୍ତର ସମାରୋହରେ ର୍ପୂବତନ ପ୍ରଧାନମନ୍ତ୍ରୀ ନାଫ୍ଟାଲୀ ବେନେଟଙ୍କ ସହ ଲାପିଡ କହିଛନ୍ତି ଯେ ଆମେ ଏକ ଇହୁଦୀ, ଗଣତାନ୍ତ୍ରିକ ଦେଶ, ଭଲ, ଶକ୍ତିଶାଳୀ ତଥା ସମୃଦ୍ଧ ଇସ୍ରାଏଲ ପାଇଁ ଚେଷ୍ଟା କରିବୁ। ଏହି କାର୍ଯ୍ୟ ଅନ୍ୟ ପଦକ୍ଷେପ ତୁଳନାରେ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଭାରତର ପ୍ରକୃତ ବନ୍ଧୁ ହୋଇଥିବାରୁ ବିଦାୟୀ ପ୍ରଧାନମନ୍ତ୍ରୀ ବେନେଟଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?