ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍‌ ହେବ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍‌ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଗ୍ନିଶମ ମହାନିର୍ଦ୍ଦେଶକ ସନ୍ତୋଷ କୁମାର ଉପାଧ୍ୟାୟ ସମସ୍ତ ଜିଲାର ସହକାରୀ ଅଗ୍ନିଶମ ଅଧିକାରୀ, ସବୁ ସର୍କଲର ଡେପୁଟି ଅଗ୍ନିଶମ ଅଧିକାରୀ ଓ ରାଜ୍ୟର ରେଞ୍ଜ ଫାୟାର ଅଫିସରଙ୍କୁ ଶନିବାର ଏ ନେଇ ଚିଠି ଲେଖିଛନ୍ତି। ହୋଟେଲ, ଲଜ୍‌, ଗେଷ୍ଟ ହାଉସ, ଶିକ୍ଷାନୁଷ୍ଠାନ, ସିନେମା ହଲ୍‌, ମଲ୍ଟିପ୍ଲେକ୍ସ, ସ୍ବାସ୍ଥ୍ୟସେବା ପ୍ରତିଷ୍ଠାନ, ଅଫିସ୍‌ ବିଲ୍‌ଡିଂ, ବିଜ୍‌ନେସ ଅଫିସ, ଅଡିଟୋରିୟମ, କୋଚିଂ ସେଣ୍ଟର, କନ୍‌ଭେନଶନ ହଲ୍‌, ହଷ୍ଟେଲ, କଳକାରଖାନା, ଶିଳ୍ପାନୁଷ୍ଠାନ ଆଦିରେ ଅଗ୍ନିଶମ ନିରାପତ୍ତା ଅଡିଟ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ସଂକ୍ରାନ୍ତ ପ୍ରମାଣପତ୍ର ଯେପରି ଲାଗିବ ସେଥିଲାଗି ପଦକ୍ଷେପ ନେବାକୁ ସମସ୍ତ କ୍ଷେତ୍ରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ରହିଛି। ବିଭିନ୍ନ ପ୍ରତିଷ୍ଠାନରେ ଯାଞ୍ଚ  କରିବା ଲାଗି ସମସ୍ତ ଅଗ୍ନିଶମ ଅଧିକାରୀ ତଥା ସହକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନି ନିରାପତ୍ତା ନେଇ ବିଭିନ୍ନ ମାର୍କେଟ କମିଟିର ସହଭାଗିତାରେ ପଦକ୍ଷେପ ନେବା ଲାଗି କୁହାଯାଇଛି । ଜିଲା ମୁଖ୍ୟାଳୟ ଡାକ୍ତରଖାନା, ଜିଲାପାଳଙ୍କ ଅଫିସ୍‌ ଏବଂ ବହୁତଳ ଅଟ୍ଟାଳିକାଗୁଡ଼ିକରେ ଆସନ୍ତା ୨୧ ତାରିଖ ସୁଦ୍ଧା ଅଗ୍ନି ନିରାପତ୍ତା ଯାଞ୍ଚ ଶେଷ କରିବାକୁ ଡିଜି ନିର୍ଦ୍ଦେଶ ଦେଇଛନ୍ତି। ଜନଗହଳିପୂର୍ଣ୍ଣ ହାଟ ବଜାରଗୁଡ଼ିକରେ ଅଗ୍ନି ନିରାପତ୍ତା ପାଇଁ ବିଭିନ୍ନ ବଜାର କମିଟି ସହିତ ସହଯୋଗ କରିବାକୁ ସମସ୍ତ ଅଗ୍ନିଶମ ଷ୍ଟେଶନ ଅଧିକାରୀମାନଙ୍କୁ କୁହାଯାଇଛି। ଏଥିସହିତ ହାଟଗୁଡ଼ିକରେ ବସୁଥିବା ଦୋକାନୀମାନେ ଖୋଲା ବିଦ୍ୟୁତ୍‌ ତାର ବ୍ୟବହାର ନ କରିବାକୁ କୁହାଯାଇଛି। ସେଗୁଡ଼ିକ ଅତ୍ୟଧିକ ଲୋଡ୍‌ ସମ୍ଭାଳି ନ ପାରି ଶର୍ଟସର୍କିଟ ହେବାର ସମ୍ଭାବନା ରହିଛି। ବିଭିନ୍ନ ପ୍ରତିଷ୍ଠାନରେ ଥିବା ସୁପରଭାଇଜର ଅଗ୍ନି ନିରାପତ୍ତା ସୁରକ୍ଷା ନିଶ୍ଚିତ କରିବାକୁ ଅଗ୍ନିଶମ କେନ୍ଦ୍ର ଅଧିକାରୀମାନଙ୍କୁ କୁହାଯାଇଛି। ଅଗ୍ନିଜନିତ ବିପଦ ସମୟରେ ୧୧୨କୁ ଡାଏଲ କରିବା ଲାଗି ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri