ବିପୁଳ ପରିମାଣ ବିଦେଶୀ ମଦ ସହ ଲକ୍ଷାଧିକ ଟଙ୍କା ଜବତ: ୨ ଗିରିଫ

ବନ୍ତଳା,୫।୩: ଅନୁଗୋଳ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରି ୪୬.୮ ଲିଟର ବିଦେଶୀ ମଦ ସହ ୧ଲକ୍ଷ ୧୦ହଜାର ୭୨୫ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଅନୁଗୋଳ ଜିଲା ସ୍ପେଶାଲ ସ୍କ୍ବାଡ୍‌ ପେଟ୍ରୋଲିଂ କରୁଥିଲା ବେଳେ ବନ୍ତଳା ଥାନା ଅନ୍ତର୍ଗତ ପୋକୁତୁଙ୍ଗା ଛକ ନିଟକରେ ଏକ ବାଇକ ନଂ ଓଡି୧୯ଟି ୭୨୮୬ରେ ବିପୁଳ ପରିମାଣର ବେଆଇନ ବିଦେଶୀ ମଦ ଯାଉଥିବା ଜାଣିପାରି, ଜବତ କରିଛି। ଏଥି ସହ ବେପାରିଙ୍କ ଗାଡି ଡିଗିରେ ଥିବା ୧ଲକ୍ଷ ୧୦ହଜାର ୭୭୫ ଟଙ୍କା ଜବତ କରି ବନ୍ତଳା ପୋଲିସ ଜିମା ଦେଇଥିଲେ। ଏ ନେଇ ବନ୍ତଳା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ୨ଜଣକୁ ଗିରଫ କରି ତଦନ୍ତ ଜାରି ରଖିଛି । ଗିରଫ ହୋଇଥିବା ନିରଞ୍ଜନ କୁମାର ୨୬ ଓ ପପୁ କୁମାର ୪୯ ଦୁଇଜଣ ବିହାର ରାଜ୍ୟର କାଇମୁର ଜିଲାର ହୋଇଥିଲା ବେଳେ ବନ୍ତଳା ଥାନା ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତ କରତପଟାଠାରେ ରହି ବେଆଇନ ବିଦେଶୀ ମଦ ଅଞ୍ଚ଼ଳ ବିଭିନ୍ନ ଛୋଟ ଛୋଟ ଦୋକାନକୁ ଯୋଗାଇଥାନ୍ତି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri