ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ ସାମଗ୍ରୀ ମଧ୍ୟରେ ଏସ୍‌ଏଲଆର ରାଇଫଲ, ଗୋଟିଏ ୩୦୩ ରାଇଫଲ, ୨ଟି ୧୨ବୋର ବନ୍ଧୁକ, ଦୁଇଟି ଏସ୍‌ବିଜିଏଲ ରାଇଫଲ, ଗୋଟିଏ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି, ୧୦ଟି ଗ୍ରେନେଡ, ୩୦ ଡିଟୋନେଟର, ୱାକିଟକି, ସୋଲାର ପ୍ୟାନେଲ, ମେଡିସିନ ଆଦି ଜବତ କରାଯାଇଛି ା

ମାଓବାଦୀମାନେ ଅସ୍ତ୍ରଶସ୍ତ୍ର ଲୁଚାଇ ରଖିଥିବା ନେଇ ସୁଚନା ମିଳିଥିଲା। ଏନେଇ ଏସ୍‌ଓଜି, ଡିଭିଏଫ ଯବାନଙ୍କୁ ନେଇ ଏକ ଜମାବାରି, ମାଟାବାରି, ଗାବୁରି, ପକାରୀ, ବାବୁଟି ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରେ ସର୍ଚ୍ଚ ଅପରେଶନ ହୋଇଥିଲା

ମାଟାବାରି ଜଙ୍ଗଲ ନିକଟରୁ ଗୋଟିଏ ଡମ୍ପ(ଗୁପ୍ତ ସ୍ଥାନ) ମିଳିଥିଲା। ସେଠାରେ ସର୍ଚ୍ଚ ଅପରେଶନ ପରେ ବ୍ୟାପକ ପରିମାଣର ବିସ୍ଫୋରକ, ବନ୍ଧୁକ ଆଦି ମିଳିଥିଲା।

ଯେଉଁ ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି ସେମାନଙ୍କ ସୂଚନା ଆଧାରରେ ଆଗାମୀ ଦିନରେ ସର୍ଚ୍ଚ ଅପରେଶନ କରି ଅସ୍ତ୍ରଶସ୍ତ୍ର ଜବତ କରାଯିବ। ଅଞ୍ଚଳରେ ଏବେ ବି ଆଉ ୮ରୁ ୯ଜଣ ମାଓବାଦୀ ଅଛନ୍ତି। ଟିମ୍‌ରେ ଜଣେ ଓଡ଼ିଆ ମଧ୍ୟ ରହିଛନ୍ତି। ତାଙ୍କ ନାମ ମଗୁ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ବାକି ୭ରୁ୮ ମାଓବାଦୀ ଛତିଶଗଡ଼ ଅଞ୍ଚଳର। ଏଥିରେ ଦୁଇଜଣ ପୁରୁଷ ଥିବା ବେଳେ ବାକି ମହିଳା ଅଛନ୍ତି। ଅପରେଶନ ବେଳେ ୨ଜଣ ମାଓବାଦୀଙ୍କ ଦେହରେ ଗୁଳି ବାଜିଛି। ସମୟ ଅଛି ସେମାନେ ଆତ୍ମସମର୍ପଣ କରନ୍ତୁ। ଏପରିକି ସରକାରଙ୍କ ଥଇଥାନ ନୀତିରେ ସାମିଲ ହୋଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଏସ୍‌ପି ହରିଶ ବିସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri