ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ ୫ କେଜି ଓଜନର ଅଳଙ୍କାର ଓ ନଗଦ ୪କୋଟି ଟଙ୍କା ଲୁଟି ନେଇଛନ୍ତି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା ହେବ। ଏନେଇ ଲାଲ୍‌ବାଗ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀକୁକୁର ସହାୟତାରେ ତଦନ୍ତ ଚଳାଇଛି। ଉକ୍ତ ସଂସ୍ଥାର ସିସିଟିଭି କାମ କରୁ ନ ଥିବାରୁ ଡକାୟତଙ୍କୁ ଚିହ୍ନଟ କରିବାରେ ପୋଲିସ ବିଫଳ ହୋଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ପୋଲିସ ଦୁର୍ବୃତ୍ତଙ୍କୁ ଠାବ କରିପାରି ନାହିଁ।
ଅଭିଯୋଗ ଅନୁଯାୟୀ, ସବୁଦିନ ଭଳି ଗୁରୁବାର ସକାଳ ୯ଟା ୩୦ ମିନିଟ୍‌ରେ ସଂସ୍ଥାର କାର୍ଯ୍ୟାଳୟ ଖୋଲିଥିଲା। ଏହି ସମୟରେ ଜଣେ ସିକ୍ୟୁରିଟି ଓ କେତେଜଣ କର୍ମଚାରୀ ଉପସ୍ଥିତ ଥିଲେ। ୯ଟା ୪୫ ମିନିଟ୍‌ରେ ହଠାତ୍‌ ୪ ଜଣ ଦୁର୍ବୃତ୍ତ ମୁହଁରେ ମାସ୍କ ଓ ହେଲ୍‌ମେଟ୍‌ ପିନ୍ଧି କାର୍ଯ୍ୟାଳୟ ଭିତରେ ପଶିବା ସହ ବନ୍ଧୁକ ଦେଖାଇ ସମସ୍ତ କର୍ମଚାରୀଙ୍କୁ ଗୋଟିଏ ଜାଗାରେ ଠିଆ କରାଇଥିଲେ। ଭିତରପଟୁ ମୁଖ୍ୟଦ୍ୱାରର ଶଟରକୁ ପକାଇ ଦେଇଥିଲେ। ଏହାଦେଖି ଦୁଇଜଣ ସୁରକ୍ଷାକର୍ମୀ ପ୍ରତିରୋଧ କରିବାରୁ ଦୁର୍ବୃତ୍ତମାନେ ସେମାନଙ୍କୁ ନିସ୍ତୁକ ମାଡ ମାରିଥିଲେ। ପରେ ସେମାନେ ବନ୍ଧୁକ ଦେଖାଇ ଷ୍ଟ୍ରଙ୍ଗରୁମ୍‌ର ଚାବି ମାଗିଥିଲେ। ଦୁର୍ବୃତ୍ତମାନେ ଓଡ଼ିଆ ଓ ହିନ୍ଦୀରେ କଥାବାର୍ତ୍ତା କରିଥିଲେ। ଷ୍ଟ୍ରଙ୍ଗରୁମ୍‌ ଚାବି ଦେବା ପରେ ସେଠାରେ ଗଚ୍ଛିତ ଥିବା ସବୁ ସୁନା ଅଳଙ୍କାର ଓ ନଗଦ ୪କୋଟି ଟଙ୍କା ଲୁଟି ନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ଡିସିପି ପ୍ରତୀକ୍‌ ସିଂ, ଏସିପି ଶୁଭନାରାୟଣ ମୁଦୁଲି, ପୁରୀଘାଟ ଥାନାଧିକାରୀ ରଶ୍ମିରଞ୍ଜନ ସାହୁ, ଲାଲ୍‌ବାଗ ଥାନାଧିକାରୀ ଆଶୁତୋଷ ମିଶ୍ର, ବାଦାମବାଡ଼ି ଥାନାଧିକାରୀ ରଶ୍ମିରଞ୍ଜନ ମହାପାତ୍ର, ମଧୁପାଟଣା ଥାନାଧିକାରୀ ତୁଷାରକାନ୍ତି ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏଥିସହ ପୋଲିସ ସଂସ୍ଥାର ଶାଖା ପ୍ରବନ୍ଧକ ସତ୍ୟମ ପ୍ରଧାନଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ପଚରାଉଚରା କରିଥିଲା। ତେବେ ଲୁଟ ସମମୟରେ ଆଇଆଇଏଫ୍‌ଏଲ୍‌ ସଂସ୍ଥାର ସିସିଟିଭି କାମ କରୁ ନ ଥିବା ଜଣାପଡ଼ିଛି। ଆଖପାଖ ଅଞ୍ଚଳର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନର ସିସିଟିଭି ଫୁଟେଜ ସଂଗ୍ରହ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ଅପରାହ୍ନରେ ପୋଲିସ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ଅଧିକ ତଦନ୍ତ କରିଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଦୁର୍ବୃତ୍ତଙ୍କ ଟେର୍‌ ମିଳିପାରିନାହିଁ। ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସହରର ୨ ପ୍ରବେଶ ପଥକୁ ସିଲ୍‌ କରାଯିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି ବୋଲି ଡିସିପି ପ୍ରତୀକ ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri