ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ ୫ କେଜି ଓଜନର ଅଳଙ୍କାର ଓ ନଗଦ ୪କୋଟି ଟଙ୍କା ଲୁଟି ନେଇଛନ୍ତି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା ହେବ। ଏନେଇ ଲାଲ୍‌ବାଗ ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀକୁକୁର ସହାୟତାରେ ତଦନ୍ତ ଚଳାଇଛି। ଉକ୍ତ ସଂସ୍ଥାର ସିସିଟିଭି କାମ କରୁ ନ ଥିବାରୁ ଡକାୟତଙ୍କୁ ଚିହ୍ନଟ କରିବାରେ ପୋଲିସ ବିଫଳ ହୋଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ପୋଲିସ ଦୁର୍ବୃତ୍ତଙ୍କୁ ଠାବ କରିପାରି ନାହିଁ।
ଅଭିଯୋଗ ଅନୁଯାୟୀ, ସବୁଦିନ ଭଳି ଗୁରୁବାର ସକାଳ ୯ଟା ୩୦ ମିନିଟ୍‌ରେ ସଂସ୍ଥାର କାର୍ଯ୍ୟାଳୟ ଖୋଲିଥିଲା। ଏହି ସମୟରେ ଜଣେ ସିକ୍ୟୁରିଟି ଓ କେତେଜଣ କର୍ମଚାରୀ ଉପସ୍ଥିତ ଥିଲେ। ୯ଟା ୪୫ ମିନିଟ୍‌ରେ ହଠାତ୍‌ ୪ ଜଣ ଦୁର୍ବୃତ୍ତ ମୁହଁରେ ମାସ୍କ ଓ ହେଲ୍‌ମେଟ୍‌ ପିନ୍ଧି କାର୍ଯ୍ୟାଳୟ ଭିତରେ ପଶିବା ସହ ବନ୍ଧୁକ ଦେଖାଇ ସମସ୍ତ କର୍ମଚାରୀଙ୍କୁ ଗୋଟିଏ ଜାଗାରେ ଠିଆ କରାଇଥିଲେ। ଭିତରପଟୁ ମୁଖ୍ୟଦ୍ୱାରର ଶଟରକୁ ପକାଇ ଦେଇଥିଲେ। ଏହାଦେଖି ଦୁଇଜଣ ସୁରକ୍ଷାକର୍ମୀ ପ୍ରତିରୋଧ କରିବାରୁ ଦୁର୍ବୃତ୍ତମାନେ ସେମାନଙ୍କୁ ନିସ୍ତୁକ ମାଡ ମାରିଥିଲେ। ପରେ ସେମାନେ ବନ୍ଧୁକ ଦେଖାଇ ଷ୍ଟ୍ରଙ୍ଗରୁମ୍‌ର ଚାବି ମାଗିଥିଲେ। ଦୁର୍ବୃତ୍ତମାନେ ଓଡ଼ିଆ ଓ ହିନ୍ଦୀରେ କଥାବାର୍ତ୍ତା କରିଥିଲେ। ଷ୍ଟ୍ରଙ୍ଗରୁମ୍‌ ଚାବି ଦେବା ପରେ ସେଠାରେ ଗଚ୍ଛିତ ଥିବା ସବୁ ସୁନା ଅଳଙ୍କାର ଓ ନଗଦ ୪କୋଟି ଟଙ୍କା ଲୁଟି ନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ଖବରପାଇ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ, ଡିସିପି ପ୍ରତୀକ୍‌ ସିଂ, ଏସିପି ଶୁଭନାରାୟଣ ମୁଦୁଲି, ପୁରୀଘାଟ ଥାନାଧିକାରୀ ରଶ୍ମିରଞ୍ଜନ ସାହୁ, ଲାଲ୍‌ବାଗ ଥାନାଧିକାରୀ ଆଶୁତୋଷ ମିଶ୍ର, ବାଦାମବାଡ଼ି ଥାନାଧିକାରୀ ରଶ୍ମିରଞ୍ଜନ ମହାପାତ୍ର, ମଧୁପାଟଣା ଥାନାଧିକାରୀ ତୁଷାରକାନ୍ତି ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏଥିସହ ପୋଲିସ ସଂସ୍ଥାର ଶାଖା ପ୍ରବନ୍ଧକ ସତ୍ୟମ ପ୍ରଧାନଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ପଚରାଉଚରା କରିଥିଲା। ତେବେ ଲୁଟ ସମମୟରେ ଆଇଆଇଏଫ୍‌ଏଲ୍‌ ସଂସ୍ଥାର ସିସିଟିଭି କାମ କରୁ ନ ଥିବା ଜଣାପଡ଼ିଛି। ଆଖପାଖ ଅଞ୍ଚଳର ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନର ସିସିଟିଭି ଫୁଟେଜ ସଂଗ୍ରହ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ଅପରାହ୍ନରେ ପୋଲିସ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ଅଧିକ ତଦନ୍ତ କରିଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଦୁର୍ବୃତ୍ତଙ୍କ ଟେର୍‌ ମିଳିପାରିନାହିଁ। ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସହରର ୨ ପ୍ରବେଶ ପଥକୁ ସିଲ୍‌ କରାଯିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି ବୋଲି ଡିସିପି ପ୍ରତୀକ ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

୮୭ବର୍ଷ ବୟସରେ ଈଶ୍ୱର ଚନ୍ଦ୍ରଙ୍କ ଦେହାନ୍ତ, ୭ଘଣ୍ଟା ପାଟଣାବଜାର ବନ୍ଦ

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଂଚାୟତ ଶିବ ନାରାୟଣ ପୁର ଶାସନର ବର୍ଷୀୟାନ ସାମାଜିକ କର୍ମୀ, ସଂଗଠକ ଈଶ୍ୱର ଚନ୍ଦ୍ର ଦାଶଙ୍କ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri