ଆଜି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ

ପୁରୀ, ୨୮ା୧୧(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ ଦାବି କରିବା ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହାର ରତ୍ନଭଣ୍ଡାର କାନ୍ଥର ଲେଜର ସ୍କାନିଂ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ)କୁ ସ୍କାନିଂ ପାଇଁ ଅନୁମତି ମଧ୍ୟ ଦିଆଯାଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, କାର୍ତ୍ତିକ ପୂର୍ଣ୍ଣିମା ପରଦିନ ଅର୍ଥାତ ୨୮ ତାରିଖରେ ଲେଜର ସ୍କାନିଂ କରାଯିବ। ତେବେ ବାହାରପଟୁ ଲେଜର୍‌ ସ୍କାନିଂ କରାଯାଇ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତିି ନିଆଯିବ ବୋଲି ସୂଚନା ମିଳିଛି। ମଙ୍ଗଳବାର ଏଏସ୍‌ଆଇ ସହ ଶ୍ରୀମନ୍ଦିର ବୈଷୟିକ ଟିମ୍‌ ରତ୍ନଭଣ୍ଡାର ବାହାରପଟୁ ଲେଜର୍‌ ସ୍କାନିଂ କାର୍ଯ୍ୟ କରିବେ।
ସୂଚନାଯୋଗ୍ୟ, ୨୦୧୮ ଏପ୍ରିଲ୍‌ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୧୭ଜଣିଆ ଟିମ୍‌ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ଶ୍ରୀମନ୍ଦିର ଭିତରକୁ ଯାଇଥିବାବେଳେ ଚାବି ହଜିଥିବା କହି ଫେରିଆସିଥିଲେ। ରତ୍ନଭଣ୍ଡାର କାନ୍ଥରେ ବ୍ୟାପକ ଫାଟ ରହିବା ସହ କାନ୍ଥ ଓଦାଳିଆ ରହୁଥିବା ଯାଞ୍ଚ ରିପୋର୍ଟରେ ସ୍ପଷ୍ଟ ଉଲ୍ଲେଖ ରହିଥିଲା। ତେବେ ଏନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେବା ସହ ରତ୍ନଭଣ୍ଡାର ମରାମତି ପାଇଁ ବିଭିନ୍ନ ମହଲରେ ଦାବି ହୋଇଥିଲା। ଏକ ଉଚ୍ଚସ୍ତରୀୟ ଟିମ୍‌ ଗଠନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶର କିଛି ମାସ ପରେ ଗତ ୪ ତାରିଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକର ନିଷ୍ପତ୍ତି ଅନୁସାରେ, ନଭେମ୍ବର ୨୮ରେ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବାକୁ ନିଷ୍ବତ୍ତି ହେବା ସହ ଏଏସ୍‌ଆଇକୁ ଏନ୍‌ଓସି ପ୍ରଦାନ କରାଯାଇଥିଲା। ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଲେଜର ସ୍କାନିଂ କରାଯିବ ବୋଲି ଜଣାପଡ଼ିଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି ଯେ, ଲେଜର ସ୍କାନିଂ ପାଇଁ ଏଏସ୍‌ଆଇକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଛି। ମଙ୍ଗଳବାରଠାରୁ ଏଏସ୍‌ଆଇ ଯେକୌଣସି ସମୟରେ ଲେଜର ସ୍କାନିଂ କରିପାରିବେ। ଅତ୍ୟାଧୁନିକ ଲେଜର ସ୍କାନିଂ ମେଶିନ ଆସିଥିବାରୁ ମୁଖ୍ୟ ମନ୍ଦିର ସହ ଅନ୍ୟାନ୍ୟ ପାଶର୍‌ବ ମନ୍ଦିରର ମଧ୍ୟ ସ୍କାନିଂ କରାଯିବ। ଲେଜର ସ୍କାନିଂ ପରେ ବୈଷୟିକ କମିଟିକୁ ରିପୋର୍ଟ ଦିଆଯିବ। ଏହାପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେବେ ରତ୍ନଭଣ୍ଡାରର ବାହାରୁ ଲେଜର ସ୍କାନିଂ କରାଯିବ। ସେହିପରି ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ପାଇଁ ଭାରା ବନ୍ଧା ସରିଥିବା ବେଳେ ଖୁବଶୀଘ୍ର ଏହା ଆରମ୍ଭ ହେବ। ପ୍ରଥମେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ଲେଜର ସ୍କାନିଂ କରାଯିବ। କେଉଁ ସ୍ଥାନରେ ଫାଟ ଅଛି ଏବଂ କ’ଣ ସବୁ ସମସ୍ୟା ରହିଛି ତାହା ସ୍କାନିଂ ପରେ ହିଁ ଜଣାପଡ଼ିବ। ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ପ୍ରଶାସକ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri