Posted inଜାତୀୟ

ଶୋପିଆନ୍‌ ଏନ୍‌କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ଶୀର୍ଷ କମାଣ୍ଡର ଇଶଫାକ୍‌ ଡାର ରହିଛନ୍ତିି। ଇଶଫାକ୍‌ ପୂର୍ବରେ ପୋଲିସ ବାହିନୀରେ କାର୍ଯ୍ୟ କରୁଥିଲେ। ସେ ୨୦୧୦ରେ ପୋଲିସ ବାହିନୀରେ ଯୋଗ ଦେଇଥିଲେ। ତେବେ ୨୦୧୭ରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାରେ ସାମିଲ୍‌ ହୋଇଥିଲେ। ଅନ୍ୟ ଜଣେ ମୃତ ଆତଙ୍କବାଦୀଙ୍କୁ ମାଜିଦ୍‌ ଇକବାଲ ଭାବେ ଚିହ୍ନଟ କରାଯାଇଛି। ଚେକ୍‌ ସାଦିକ୍‌ ଖାଁ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଏହି ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri