ତାଲିବାନ ସହିତ ହାତ ମିଳାଇଲା ଲଶ୍କର, ଭାରତର ସହାୟତା ଲୋଡ଼ିଲେ ଆଫଗାନିସ୍ତାନ ସରକାର…

କାବୁଲ/ନୂଆଦିଲ୍ଲୀ,୪।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ସାଧାରଣ ଜନତାଙ୍କ ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରୁଛନ୍ତି। ତାଲିବାନ ସହିତ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ହାତ ମିଳାଇଛି। ତାଲିବାନ ହିଂସା ସମ୍ପର୍କରେ ଆଫଗାନିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ହନିଫ ହନିଫ ମଙ୍ଗଳବାର ଦିନ ଭାରତୀୟ ପ୍ରତିପକ୍ଷ ଏସ୍‌. ଜୟଶଙ୍କରଙ୍କ ସହିତ କଥା ହୋଇଛନ୍ତି। ହନିଫ ବିଦେଶୀ କୂଟନୀତିଜ୍ଞଙ୍କ ସହ ସାକ୍ଷାତ କରି କହିଛନ୍ତି ଯେ ତାଲିବାନ ହିଂସାରେ ୩୦୦୦ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୩ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି।
ଆଫଗାନିସ୍ତାନର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ତାଲିବାନର ଆତଙ୍କବାଦୀମାନେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା, ତେହେରିକ-ଇ-ତାଲିବାନ ପାକିସ୍ଥାନ, ଅଲ କାଏଦା, ପୂର୍ବ ତୁର୍କସ୍ତାନ ଇସଲାମ ଆନ୍ଦୋଳନ ସଂଗଠନ, ଅନସରୁଲ୍ଲା ଆଦି ସଂଗଠନର ୧୦ ହଜାର ଆତଙ୍କବାଦୀଙ୍କ ସହିତ ହାତ ମିଳାଇଛନ୍ତି। ହନିଫ ଜୟଶଙ୍କରଙ୍କ ସହ କଥା ହୋଇ ତାଲିବାନ ହିଂସାକୁ ରୋକିବା ପାଇଁ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଜରୁରୀକାଳୀନ ଅଧିବେଶନ ଲାଗି ଦାବି କରିଛନ୍ତି।
ମଙ୍ଗଳବାର ଦିନ ହନିଫ ଜୟଶଙ୍କରଙ୍କୁ ଫୋନ୍‌ କରିଥିଲେ। ଏହି ସମୟରେ ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ କାବୁଲ ସ୍ଥିତ ବାସଭବନରେ ଆତ୍ମଘାତୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଆଫଗାନିସ୍ତାନର ସୁରକ୍ଷା ପରିସ୍ଥିତି ଏବଂ ଲଶ୍କର-୍‌ଇ-ତାଇବା ଏବଂ ତାଲିବାନ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ହନିଫ ଜୟଶଙ୍କରଙ୍କୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?