ପ୍ରଶାସନର ଶେଷ ପ୍ରୟାସ ବିଫଳ

ଝାରସୁଗୁଡ଼ା ଅଫିସ,୩୧ା୫: ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକ ପଣ୍ଡରି ଗ୍ରାମ ପଞ୍ଚାୟତର ବେଙ୍କମୁରା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଗତବର୍ଷ ପ୍ରଶାସନ ବନ୍ଦ କରି ନିକଟସ୍ଥ ବଲଣ୍ଡା ପ୍ରାଥମିକ ବିଦ୍ୟାଳୟ ସହ ମିଶାଇ ଦେଇଛି। ଏହାକୁ ଗ୍ରାମବାସୀ ବିରୋଧ କରି ଆନ୍ଦୋଳନ ଚଳାଇ ଆସୁଛନ୍ତି। ଏପରି କି ଦାବି ପୂରଣ ନ ହେଲେ ଉପନିର୍ବାଚନ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ। ପୂର୍ବରୁ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଗ୍ରାମକୁ ଯାଇ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଶେଷରେ ମତଦାନ ଅବ୍ୟବହିତ ପୂର୍ବରୁ ସୋମବାର ଲଖନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଞ୍ଜୀବ ପଟେଲ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ପ୍ରଧାନ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଏପରି କି ସେମାନଙ୍କ ଦାବି ସମ୍ପର୍କରେ ସରକାରଙ୍କୁ ଅବଗତ କରିବେ ବୋଲି ଅଧିକାରୀମାନେ କହିଥିଲେ। ହେଲେ ଏହାକୁ ଗ୍ରାମବାସୀ ଗ୍ରହଣ ନ କରି ଲିଖିତ ପ୍ରତିଶ୍ରୁତି ମିଳି ନ ଥିବାରୁ ଭୋଟ ଦାନରୁ ବିରତ ରହିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri