ବିଦେଶୀଙ୍କୁ ରୋକିବାକୁ ଶେଷ ଉଦ୍ୟମ

ଓ୍ବାଶିଂଟନ, ୨।୧(ପି.ଟି.): ହ୍ବାଇଟ୍‌ ହାଉସ୍‌ ଛାଡ଼ିବାର ୨୦ ଦିନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଶରେ ବାହାର ଲୋକଙ୍କ ପ୍ରବେଶ ରୋକିବା ଲାଗି ଶେଷ ପଦକ୍ଷେପ ନେଇଛନ୍ତି। ଏଚ୍‌-୧ବି ଭିଜା ସହ ଅନ୍ୟାନ୍ୟ ଓ୍ବାର୍କିଂ ଭିଜା ଅଚଳ ଅବଧିକୁ ସେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଫଳରେ ଭାରତୀୟ ଆଇଟି ପେସାଦାରଙ୍କ ସମେତ ଅନ୍ୟ ବିଦେଶୀ କର୍ମଚାରୀମାନେ କ୍ଷତିଗ୍ରସ୍ତ ହେବେ। ଆମେରିକୀୟ କର୍ମଚାରୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ରାଷ୍ଟ୍ରପତି ଏଭଳି ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ବର୍ଗର ଓ୍ବାର୍କ ଭିଜା ଅଚଳ କରିବାକୁ ଟ୍ରମ୍ପ୍‌ ଗତବର୍ଷ ଏପ୍ରିଲ ୨୨ ଓ ଜୁନ୍‌ ୨୨ରେ ନିର୍ଦ୍ଦେଶ ଦେଇଥିଲେ। ଡିସେମ୍ବର ୩୧ରେ ଏହି ସମୟସୀମା ପୂରଣ ହେବା ପୂର୍ବରୁ ପୁଣିଥରେ ଏହାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ନିର୍ଦ୍ଦେଶନାମାରେ ଥିବା କଟକଣାରେ କୌଣସି ପରିବର୍ତ୍ତନ କରାଯାଇ ନ ଥିବା ଟ୍ରମ୍ପ୍‌ କହିଛନ୍ତି।
କ୍ଷମତାକୁ ଆସିବାର ପ୍ରଥମ ଦିନରୁ ଟ୍ରମ୍ପ୍‌ ବାହାର ଲୋକଙ୍କ ପ୍ରବେଶକୁ ବିରୋଧ କରି ଆସିଛନ୍ତି। ପ୍ରଥମ ଦିନରେ ସେ ୭ ମୁସଲମାନ ବହୁଳ ରାଷ୍ଟ୍ର ପାଇଁ ଯାତାୟାତ ଉପରେ କଟକଣା ଲଗାଇଥିଲେ। ଉକ୍ତ କଟକଣା ଏପର୍ଯ୍ୟନ୍ତ ଜାରି ରହିଛି। ତାଙ୍କର ଏଚ୍‌-୧ବି ଭିଜା କଟକଣାକୁ ଉଠାଇଦେବା ଲାଗି ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ପ୍ରତିଶ୍ରୁତି ଦେଇଥିଲେ। ଏଚ୍‌-୧ବି ହେଉଛି ଏକ ଅଣପ୍ରବାସୀ ଭିଜା ଯାହା ଆମେରିକୀୟ କମ୍ପାନୀଗୁଡ଼ିକୁ ବିଦେଶୀ କର୍ମଚାରୀ ନିଯୁକ୍ତି ଲାଗି ସୁଯୋଗ ଦେଇଥାଏ। ଏହାର ସୁଯୋଗ ନେଇ ସେଠାର ଟେକ୍‌ନୋଲୋଜି କମ୍ପାନୀଗୁଡ଼ିକ ଭାରତ ଓ ଚାଇନାରୁ ଲକ୍ଷ ଲକ୍ଷ କର୍ମଚାରୀଙ୍କୁ ନିଯୁକ୍ତି ଦେଉଥିଲେ। ଏବେ ସେମାନଙ୍କୁ ଆଉ ୩ ମାସ ଅପେକ୍ଷା କରିବାକୁ ପଡ଼ିବ। ସେହିପରି ଏଚ୍‌-୧ବି ଭିଜା ନବୀକରଣ ଚାହୁଁଥିବା ବହୁସଂଖ୍ୟାରେ ଭାରତୀୟ ଆଇଟି ପେସାଦାରମାନେ ମଧ୍ୟ ପ୍ରଭାବିତ ହେବେ।
ମହାମାରୀ ଯୋଗୁ ଆମେରିକା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ଶ୍ରମ ବଜାର ପ୍ରଭାବିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପୂର୍ବ ଘୋଷଣାନାମାର ସମୟସୀମା ବଢ଼ାଗଲା ବୋଲି ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri