Posted inଜାତୀୟ

‘କଂଗ୍ରେସ ପାଇଁ ଶେଷ ସୁଯୋଗ’

ଚଣ୍ଡିଗଡ,୧୭।୧୦: ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଦଳର ସଭାପତି ସୋନିଆ ଗାନ୍ଧୀଙ୍କୁ ଏକ ଚିଠି ଲେଖିଛନ୍ତି। ୨୦୨୨ ବିଧାନସଭା ନିର୍ବାଚନ ପାଇଁ ଦଳର ୧୩-ପଏଣ୍ଟ ଏଜେଣ୍ଡା ଉପସ୍ଥାପନ କରିବାକୁ ଏହି ବୈଠକ ଡକାଇବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ଚିଠିଟି ୧୫ ଅକ୍ଟୋବର ତାରିଖ ଅଟେ। ନବଜୋତ ସିଂ ସିଦ୍ଧୁ ରବିବାର ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ସିଦ୍ଧୁ ସୋନିଆ ଗାନ୍ଧୀଙ୍କଠାରୁ ୧୩ ପଏଣ୍ଟ ଏଜେଣ୍ଡାକୁ ଘୋଷଣା ପତ୍ରରେ ସାମିଲ କରିବା ଏବଂ ୨୦୨୨ ବିଧାନସଭା ନିର୍ବାଚନ ପାଇଁ ପଞ୍ଜାବ ମଡେଲ ଉପସ୍ଥାପନ କରିବାକୁ ସମୟ ମାଗିଛନ୍ତି। ସେ ଡ୍ରଗ୍ସ ଏବଂ କେବୁଲ ମାଫିଆ ପ୍ରସଙ୍ଗ ଉଠାଇଥିଲେ। ବିଧାନସଭା ନିର୍ବାଚନକୁ ଯିବା ପୂର୍ବରୁ କଂଗ୍ରେସ ଏହି ୧୩ଟି ପ୍ରସଙ୍ଗ ଉପରେ ବିଚାର କରିବା ଉଚିତ୍‌। ଏହି ନିର୍ବାଚନ କଂଗ୍ରେସ ପାଇଁ ଶେଷ ସୁଯୋଗ ବୋଲି ସେ ଚିଠିରେ ଲେଖିଛନ୍ତି।
ପଞ୍ଜାବ କଂଗ୍ରେସ ସଭାପତି ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବାର ୧୮ ଦିନ ପରେ ସେ ଇସ୍ତଫା ପ୍ରତ୍ୟାହାର କରିଛନ୍ତି। ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ସିଦ୍ଧୁ ତାଙ୍କ ଇସ୍ତଫା ପ୍ରତ୍ୟାହାର ବିଷୟରେ କହିଥିଲେ। ପଞ୍ଜାବ କଂଗ୍ରେସରେ ସିଦ୍ଧୁ ହଠାତ୍‌ ଇସ୍ତଫା ଦେବା ପରେ ସେ କଂଗ୍ରେସ ଛାଡିବେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା, କିନ୍ତୁ ତାହା ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri