ଇକୋ ରିଟ୍ରିଟର ଶେଷ ଦିନ: ୩ ମାସ ଧରି ଲାଗିରହିଥିଲା ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିବା ଇକୋ ରିଟ୍ରିଟର ଶୁକ୍ରବାର ଶେଷ ଦିନ ରହିଛି । ଡିସେମ୍ବର ମାସର ପ୍ରଥମ ଦିନରେ ଏହାକୁ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ସ୍ଥାନୀୟ ବିଡ଼ିଓ ତଥା ଇକୋ ରିଟ୍ରିଟର ଅଧ୍ୟକ୍ଷ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନ ଏବଂ ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଏହି ଇକୋ ରିଟ୍ରିଟ ସଫଳତାର ସହ ଚଳିତ ବର୍ଷ ପରିଚାଳନା ହୋଇଥିଲା। ଶେଷ ଦୁଇ ଦିନରେ ରାଜ୍ୟ ସରକାରଙ୍କ ଦ୍ୱାରା ଜିଲାପ୍ରଶାସନ ପକ୍ଷରୁ ଇନଭେଷ୍ଟ କନ୍ଧମାଳ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ଏଥିରେ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରାୟ ୭୫ଜଣ ପୁଞ୍ଜି ନିବେଶକାରୀ ଯୋଗଦେଇଥିଲେ ସେମାନଙ୍କ ମଧ୍ୟରୁ କିଛି ଜଣ ପୁଞ୍ଜି ନିବେଶକାରୀ ଓ ଜିଲା ପ୍ରଶାସନର ଉଚ୍ଚ ପଦାଧିକାରୀ ମାନେ ଇକୋ ରିଟ୍ରିଟରେ ରାତ୍ରିଯାପନ କରିଛନ୍ତି।
ପ୍ରକାଶ ଯେ, ଉକ୍ତ ଇକୋ ରିଟ୍ରିଟ ଗତ କିଛି ବର୍ଷ ଧରି ଏହି ସମୟରେ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଉଥିବାବେଳେ ପଞ୍ଚତାରକା ହୋଟେଲରେ ଯେଉଁଭଳି ବ୍ୟବସ୍ଥା କରାଯାଇଛି ସେହିଭଳି ଇକୋ ରିଟ୍ରିଟରେ ରାତ୍ରିଯାପନ ବ୍ୟବସ୍ଥା ସହ ସାଂସ୍କୃତିକ କାର୍ଯ୍ୟକ୍ରମ, ପର୍ଯ୍ୟଟନ କ୍ଷେତ୍ରକୁ ପର୍ଯ୍ୟଟକଙ୍କୁ ବୁଲାଇବା ବ୍ୟବସ୍ଥା, ସାଇକେଲିଂ, ଇଣ୍ଡୋର ଗେମ, ଟ୍ରାକିଂ,ଆଦି ବ୍ୟବସ୍ଥା ସହ ଗତ ବର୍ଷ ଅପେକ୍ଷା ଇକୋ ରିଟ୍ରିଟକୁ ତ୍ୱରଣରେ ଅଧିକ ସୁସଜ୍ଜିତ କରାଯାଇଥିଲା। ଇକୋ ରିଟ୍ରିଟର ଶେଷଦିନରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ସମେତ ଜିଲାର ଏକାଧିକ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri