Posted inରାଜ୍ୟ

ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ

ପୁରୀ ଅଫିସ,୧୧।୭: ପୁରୀ ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ରାତିରେ ଶୋଇଥିବା ବେଳେ ପୁରୀସ୍ଥିତ ଗଛକାଳି ନିଜ ବାସଭବନରେ ସେ ଦେହତ୍ୟାଗ କରିଛନ୍ତି। ଶନିବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମ୍ପର୍କୀୟ ପ୍ରସନ୍ନ କୁମାର ଦାଶ ମୁଖାଗ୍ନି ଦେଇଛନ୍ତି। ସ୍ବର୍ଗତ ପରଶମଣି ଜଣେ ଅମାୟିକ ମଣିଷ ଥିଲେ। ମହାପ୍ରଭୁଙ୍କ ଦେବଦାସୀ ଭାବେ ସେବା ସମ୍ପାଦନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ଧରି ବାର୍ଦ୍ଧକ୍ୟ ଯୋଗୁ ସେବାରୁ ବିରତି ନେଇଥିଲେ। ୭ବର୍ଷ ବୟସରୁ ୩୦ ବର୍ଷ ପର୍ଯ୍ୟନ୍ତ କ୍ରମାଗତ ଭାବେ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ସମୟରେ ନୃତ୍ୟ ପରିବେଷଣ କରୁଥିଲେ। ମୁକ୍ତିମଣ୍ଡପ ସମ୍ମୁଖ ମାଜଣା ମଣ୍ଡପରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭଜନ ଓ ଜଣାଣ ମଧ୍ୟ ଗାନ କରୁଥିଲେ। ତାଙ୍କର ପରଲୋକ ଖବର ପାଇ ପୁରୀବାସୀଙ୍କ ମଧ୍ୟର ଶୋକରଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri