Posted inରାଜ୍ୟ

ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ

ପୁରୀ ଅଫିସ,୧୧।୭: ପୁରୀ ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ରାତିରେ ଶୋଇଥିବା ବେଳେ ପୁରୀସ୍ଥିତ ଗଛକାଳି ନିଜ ବାସଭବନରେ ସେ ଦେହତ୍ୟାଗ କରିଛନ୍ତି। ଶନିବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମ୍ପର୍କୀୟ ପ୍ରସନ୍ନ କୁମାର ଦାଶ ମୁଖାଗ୍ନି ଦେଇଛନ୍ତି। ସ୍ବର୍ଗତ ପରଶମଣି ଜଣେ ଅମାୟିକ ମଣିଷ ଥିଲେ। ମହାପ୍ରଭୁଙ୍କ ଦେବଦାସୀ ଭାବେ ସେବା ସମ୍ପାଦନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ଧରି ବାର୍ଦ୍ଧକ୍ୟ ଯୋଗୁ ସେବାରୁ ବିରତି ନେଇଥିଲେ। ୭ବର୍ଷ ବୟସରୁ ୩୦ ବର୍ଷ ପର୍ଯ୍ୟନ୍ତ କ୍ରମାଗତ ଭାବେ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ସମୟରେ ନୃତ୍ୟ ପରିବେଷଣ କରୁଥିଲେ। ମୁକ୍ତିମଣ୍ଡପ ସମ୍ମୁଖ ମାଜଣା ମଣ୍ଡପରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭଜନ ଓ ଜଣାଣ ମଧ୍ୟ ଗାନ କରୁଥିଲେ। ତାଙ୍କର ପରଲୋକ ଖବର ପାଇ ପୁରୀବାସୀଙ୍କ ମଧ୍ୟର ଶୋକରଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri