ବଦଳିଲା ଶେଷ ପରୀକ୍ଷା ତାରିଖ

କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ ୧୩ରେ ହେବାକୁ ଥିବା ଫିଲୋସୋଫି ଏବଂ ସାଇକୋଲୋଜି ବିଷୟର ପେପର-୨ ପରୀକ୍ଷା ୧୮ ତାରିଖରେ ଅନୁଷ୍ଠିତ ହେବ। କେବଳ ଏହି ପରୀକ୍ଷା ତାରିଖକୁ ବାଦ୍‌ ଦେଲେ ଅନ୍ୟ କୌଣସି ତାରିଖରେ ପରିବର୍ତ୍ତନ କରାଯାଇନାହିଁ।
ସୂଚନାଯୋଗ୍ୟ, ଚଳିତବର୍ଷ ଜାନୁୟାରୀ ୪ରେ ଓସିଏସ୍‌-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀ ପ୍ରକାଶ ପାଇଥିଲା। ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ଜାନୁୟାରୀ ୧୬ରେ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା, ଯେଉଁଥିରେ ଫେବୃୟାରୀ ୧୯ରୁ ମାର୍ଚ୍ଚ ୧୨ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ପୁଣି ଫେବୃୟାରୀ ୧୦ରେ ଓପିଏସ୍‌ସି ପକ୍ଷରୁ ଆଉ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେଥିରେ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ଉଲ୍ଲେଖ ଥିଲା। ଏଥିରେ କେବଳ ୩ଟି ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଥିଲା। ହେଲେ ଏବେ ପୁଣି ଶେଷ ଦିନ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି।
ଗତବର୍ଷ ଅକ୍ଟୋବର ୧୬ରେ ଓସିଏସ୍‌-୨୦୨୧ ପ୍ରିଲିମିନାରି ପରୀକ୍ଷା ହେଇଥିଲା। ଏଥିରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ପରୀକ୍ଷା ଦେଉଛନ୍ତି। ପ୍ରତିଦିନ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେଉଛି। ୩ ଘଣ୍ଟା ଧରି ପରୀକ୍ଷା ହେଉଥିବାବେଳେ କେବଳ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ଏକ ଘଣ୍ଟା ସମୟ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?