Posted inଫୁରସତ

ବର୍ଷର ଶେଷ ଚନ୍ଦ୍ର ଗ୍ରହଣ: ଧନପ୍ରାପ୍ତି ପାଇଁ ଆପଣାନ୍ତୁ ଏହି ଉପାୟ

ନୂଆଦିଲ୍ଲୀ, ୨୧।୧୦: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୩୦ ସୋମବାର ଦିନ ହେବାକୁ ଯାଉଛି। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ। ଭାରତର କେତେକ ଅଞ୍ଚଳରେ ଏହା ଦେଖାଯିବ। ତେବେ ଉପଛାୟା ଗ୍ରହଣ ଯୋଗୁ କୌଣସି ସୂତକ ପାଳନ କରାଯିବ ନାହିଁ। ଗ୍ରହଣ ନଭେମ୍ବର ୩୦ ଅପରାହ୍ନ ୧ଟା ୪ରୁ ଆରମ୍ଭ ହେବ। ଏହା ଅପରାହ୍ନ ୫ଟା ୨୨ରେ ଶେଷ ହେବ। ଅପରାହ୍ନ ୩ଟା ୧୩ରେ ଗ୍ରହଣର ମଧ୍ୟକାଳ ରହିବ। ଚନ୍ଦ୍ର ଗ୍ରହଣ ଯୋଗୁ ବିଭିନ୍ନ ରାଶି ଉପରେ ଭିନ୍ନ ଭିନ୍ନ ପ୍ରଭାବ ଅନୁଭୁତ ହେବ। ଚନ୍ଦ୍ର ଗ୍ରହଣର ଅଧିକ ପ୍ରଭାବ ବୃଷ ରାଶି ଏବଂ ରୋହିଣୀ ନକ୍ଷତ୍ର ଉପରେ ପଡ଼ିବ। ଏହାଦ୍ୱାରା ଏହି ରାଶି ଜାତକଙ୍କ ମାନସିକ ସ୍ଥିତି ବିଚଳିତ ରହିବ। ଚନ୍ଦ୍ରଗ୍ରହଣ ସମୟରେ ଗୁଆଘିଅ ଅବା ସୋରିଷ ତେଲରେ ଅଖଣ୍ଡ ଦୀପ ଜଳାଇଲେ ଧନପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହା ସହିତ ଚନ୍ଦ୍ରଙ୍କ ଗାୟତ୍ରୀ ମନ୍ତ୍ର ଜପ କଲେ ମଧ୍ୟ ବିଶେଷ ଉପକାର ମିଳିଥାଏ। ଚନ୍ଦ୍ର ମନର କାରକ ଗ୍ରହ ହୋଇଥିବାରୁ ଏହି ଦିନ ମାତା ସରସ୍ବତୀଙ୍କ ବୀଜମନ୍ତ୍ର ଜପ କଲେ ଶିକ୍ଷାର୍ଥୀମାନଙ୍କ ସ୍ମୃତିଶକ୍ତି ଏବଂ ବାକ୍‌ଶକ୍ତି ବୃଦ୍ଧି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri