କାର୍ତ୍ତିକ ଶେଷ ସୋମବାର: ବଟେଶ୍ୱର ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୩।୧୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ଅଧୀନ କଣ୍ଟିଆ ଗଡ଼ ନିକଟସ୍ଥ ବଟେଶ୍ୱର ମନ୍ଦିରରେ ଶେଷ ସୋମବାରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ପୂର୍ବରୁ କାର୍ତ୍ତିକ ମାସର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସୋମବାରରେ ବର୍ଷା ପାଇଁ ଦର୍ଶନ ବାଧକ ସାଜିଥିବା ବେଳେ ଆଜି ଶେଷ ସୋମବାରରେ ବଟେଶ୍ୱର ମନ୍ଦିରରେ ୫୦ ହଜାର ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରଥମ ଥର ପାଇଁ ଚଳିତ ବର୍ଷ ୬ ଗ୍ରାମବାସୀଙ୍କ ଦ୍ୱାରା ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନର ସହଯୋଗରେ ନୂତନ ରାସ୍ତା ନିର୍ମାଣ କରାଯାଇଥିବାରୁ ଭକ୍ତମାନେ ଯାତାୟାତରେ ବହୁତ ସୁବିଧା ହୋଇଥିଲା l

ହେଲେ ଟ୍ରାଫିକ ବ୍ୟବସ୍ଥା ସହ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଆବଶ୍ୟକ ସମସ୍ତ ସୁବିଧା ଓ ସହଯୋଗ କରାଯାଇଥିଲା l ସକାଳୁ ସକାଳୁ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା। ଏପରୀକି ପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ମଧ୍ୟ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା। ଭକ୍ତଙ୍କ ସୁରକ୍ଷା ପାଇଁ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇ, ରମ୍ଭା ଥାନା ଆଇଆଇସି କୁମାର ମୁଦୁଲି ଓ ହୂମା ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣୀଆଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୃତୟନ କରାଯାଇଥିଲା । ଭକ୍ତଙ୍କ ବେଳାଭୂମିରେ ଅଗ୍ନଶମ ବିଭାଗ କର୍ମଚାରୀ ଉପସ୍ଥିତି ରହିଥିଲେ। ଏପରିକି ବାଲି ଯାତ୍ରା କମିଟି ସଭାପତି ଓ ସମ୍ପାଦକଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri