ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍‌.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍‌କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍‌ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା ଅଧୀନ ସୋରିଷପଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୩ ଗ୍ରାମରକ୍ଷୀ ସି.ଏଚ୍‌. ଶେଷାରାଓ, ଜଗବନ୍ଧୁ ଗୌଡ଼ ଏବଂ ରବି ବିଶୋଇଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର ହୋଇଥିଲେ। ଶନିବାର ୩ ଗ୍ରାମରକ୍ଷୀଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ସମ୍ମାନ ଜଣାଇବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ମୃତ ୩ ତିନି ଗ୍ରାମରକ୍ଷୀଙ୍କ ଘର ନବରଙ୍ଗପୁର ସଦର, ତେନ୍ତୁଳିଖୁଣ୍ଟି ଏବଂ ନନ୍ଦାହାଣ୍ଡି ବ୍ଲକ ଅଞ୍ଚଳରେ ହୋଇଥିବାବେଳେ ସେମାନଙ୍କ ଘରକୁ ମୃତଦେହ ପଠାଯାଇଥିଲା। ଜିଲାପାଳ କମଳଲୋଚନ ମିଶ୍ର ଏବଂ ଏସ୍‌ପି ପରଷୋତ୍ତମ ଦାସ ମୃତ ଗ୍ରାମରକ୍ଷୀମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେହିପରି ସ୍ଥାନୀୟ ପୋଲିସ ଓ ପ୍ରଶାସନ ପକ୍ଷରୁ ମୃତ ଗ୍ରାମରକ୍ଷୀମାନଙ୍କୁ ସମ୍ମାନ ପ୍ରଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ନବରଙ୍ଗପୁର ଥାନାଧିକାରୀ ତାରିକ୍‌ ଅହମ୍ମଦ, ଏଏସ୍‌ଆଇ ଅଶୋକ କୁମାର ଦେଓ, ତହସିଲଦାର ରବୀନ୍ଦ୍ର ରାଉତ ଉପସ୍ଥିତ ରହି ନବରଙ୍ଗପୁର ସଦର ଇଚ୍ଛାବତୀଗୁଡ଼ା ସାହିର ମୃତ ଗ୍ରାମରକ୍ଷୀ ସି.ଏଚ୍‌. ଶେଷାରାଓଙ୍କୁ ଶେଷ ସମ୍ମାନ ଜଣାଇଥିଲେ। ନନ୍ଦାହାଣ୍ଡି ଡଙ୍ଗରଭେଜାଠାରେ ତହସିଲଦାର ଏ. ସ୍ନେହଲତା, ଥାନାଧିକାରୀ ରାମେଶ୍ୱର ପ୍ରଧାନ ଓ ପୋଲିସ କର୍ମଚାରୀ ଗ୍ରାମରକ୍ଷୀ ଜଗବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ରେଡ୍‌କ୍ରସ୍‌ରୁ ସ୍ଥାନୀୟ ତହସିଲଦାରଙ୍କ ମାଧ୍ୟମରେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ଲେଖାଏ ସହାୟତା ଦିଆଯାଇଛି। ସେହିପରି ପୋଲିସ ପକ୍ଷରୁ ଏସ୍‌ପିଙ୍କ ନିର୍ଦ୍ଦେଶରେ ଥାନା ଅଧିକାରୀମାନେ ୨୫ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ଗୁରୁତରଙ୍କୁ ସହାୟତା ନିମନ୍ତେ ଏସ୍‌ପି ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ସୂଚନାଯୋଗ୍ୟ, ୭ ଗୁରୁତରଙ୍କୁ ନବରଙ୍ଗପୁର ଜିଲା ଡାକ୍ତରଖାନାରୁ କୋରାପୁଟ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୨୧ ଆହତ ନବରଙ୍ଗପୁରରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ପାପଡ଼ାହାଣ୍ଡି ଥାନାରେ ୨୫/୨୨ରେ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri