Posted inଜାତୀୟ

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ ତାଙ୍କର ଅନ୍ତିମ ସଂସ୍କାର ଶନିବାର ସକାଳ ୧୧ଟା ୪୫ ମିନିଟ୍‌ରେ ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମନ୍ତ୍ରଣାଳୟ ପକ୍ଷରୁ ଜାରି ବୟାନରେ କୁହାଯାଇଛି, ସରକାର ନିଶ୍ଚିତ କରିଛନ୍ତି ଯେ ଡା.ମନମୋହନ ସିଂଙ୍କ ରାଷ୍ଟ୍ରୀୟ ସମ୍ମାନ ସହ ଅନ୍ତିମ ସଂସ୍କାର କରାଯିବ। ଏହା ୨୮ ଡିସେମ୍ବର ୨୦୨୪ ସକାଳ ୧୧ଟା ୪୫ ମିନିଟ୍‌ରେ ନିଗମବୋଧ ଘାଟ, ନୂଆଦିଲ୍ଲୀରେ କରାଯିବ। ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଅନ୍ତିମ ସଂସ୍କାର ସୈନ୍ୟ ସମ୍ମାନ ସହ କରିବାକୁ ଯୋଗାଡ଼ କରିବାକୁ ଅନୁରୋଧ କରାଯାଇଥିବା ଏଥିରେ କୁହାଯାଇଛି।

ଏହାପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୋଦିଙ୍କୁ ଚିଠି ଲେଖି ମନମୋହନଙ୍କ ଅନ୍ତିମ ସଂସ୍କାର ଏଭଳି ସ୍ଥାନରେ କରିବାକୁ କହିଥିଲେ ଯେଉଁଠି ତାଙ୍କର ସ୍ମାରକ କରାଯାଇପାରିବ। ଏନେଇ ସେ ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନ ଯୋଗେ କଥା ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri