Posted inଫୁରସତ

ଶେଷ ଦୋକାନ

ଡେରାଡୁନ୍‌: ଚାଇନା ସୀମାକୁ ଲାଗିଥିବା ଏକ ଦୋକାନର ନାଁ ହେଉଛି ଭାରତର ଶେଷ ଦୋକାନ।
ଉତ୍ତରାଖଣ୍ଡର ଚାମେଲି ଜିଲାରେ ରହିଛି ଏହି ଦୋକାନ। ଏହିଠାରେ ଭାରତର ଶେଷ ଗାଁ ରହିଛି, ଯାହାର ନାଁ ମାଣା। ଏହିଠାରୁ ହିଁ ଭାରତର ସୀମା ଶେଷ ହେଉଛି। ଏହି ଶେଷ ଦୋକାନକୁ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ଶେୟାର କରିବା ପରେ ଏହାକୁ ନେଇ ଚର୍ଚ୍ଚା ହେଉଛି। ଦୋକାନଟିକୁ ପ୍ରଥମେ ମାଣା ଗାଁର ଚନ୍ଦ୍ର ସିଂହ ବଡୱାଲ୍‌ ନାମକ ଜଣେ ବ୍ୟକ୍ତି ଖୋଲିଥିଲେ। ୨୫ ବର୍ଷ ତଳେ ଏହି ଦୋକାନ ଆରମ୍ଭ ହୋଇଥିଲା କିନ୍ତୁ ଆଜି ବି ଏହାକୁ ଦେଖିବା ପାଇଁ ଲୋକଙ୍କର ଆକର୍ଷଣ ବଢିବାରେ ଲାଗିଛି। ଏହି ଗାଁର ଏକ ସ୍ବତନ୍ତ୍ର ମାନ୍ୟତା ମଧ୍ୟ ରହିଛି। କୁହାଯାଏ ମହାଭାରତ କାବ୍ୟ ଅନୁସାରେ ଏହି ଠାରୁ ହିଁ ପାଣ୍ଡବମାନେ ସ୍ବର୍ଗାରୋହଣ କରିଥିଲେ। ତେଣୁ ଏହି ଗାଁ ସ୍ବର୍ଗକୁ ଯିବା ପାଇଁ ରାସ୍ତା ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri