Posted inଜାତୀୟ

ଶେଷ ୩ ଅଭିଯୁକ୍ତ ଦୋଷମୁକ୍ତ

ଅହମ୍ମଦାବାଦ, ୧ା୪: ଇସ୍‌ରତ ଜହାଁ ଏନକାଉଣ୍ଟର ମାମଲାରେ ଗୁଜରାଟର ଅହମ୍ମଦାବାଦସ୍ଥିତ ସ୍ବତନ୍ତ୍ର ସିବିଆଇ କୋର୍ଟ ଶେଷ ତିନି ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ଜଜ୍‌ ଭି. ଆର୍‌ ରାଓ୍ବଲ ବୁଧବାର ଏହା ଫେକ୍‌ ଏନ୍‌କାଉଣ୍ଟର ନୁହେଁ ବୋଲି ଦର୍ଶାଇବା ସହ ଅଭିଯୁକ୍ତ ଜି. ଏଲ୍‌. ସିଂଘଲ, ତରୁଣ ବାରୋଟ୍‌(ଅବସରପ୍ରାପ୍ତ) ଏବଂ ଅନାଜୁ ଚୌଧୁରୀଙ୍କ ଆବେଦନକୁ ଅନୁମତି ଦେଇଛନ୍ତି। ଏଥିସହ ସେମାନଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଏହି ମାମଲାରେ ଜଡ଼ିତ ଅନ୍ୟ ଅଭିଯୁକ୍ତ ମୁକୁଳି ସାରିଛନ୍ତି।
ଇସ୍‌ରତ ଜହାଁ ଙ୍କ ସମେତ ଆଉ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଗୁଜରାଟ ପୋଲିସ ଉପରେ ଏନ୍‌କାଉଣ୍ଟର ଅଭିଯୋଗ ଆସିଥିଲା। ମାମଲାରେ ପୂର୍ବରୁ ୪ ପୋଲିସ ଅଧିକାରୀଙ୍କୁ ଦୋଷମୁକ୍ତ କରାଯାଇଥିଲା। ଆତଙ୍କବାଦୀ ସଙ୍ଗଠନ ସହ ଇସ୍‌ରତ ଓ ଅନ୍ୟ ୩ ଜଣଙ୍କ ସମ୍ପୃକ୍ତି ଥିବା ଏବଂ ତତ୍‌କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ସେମାନେ ଷଡ଼ଯନ୍ତ୍ର କରୁଥିବା ପୋଲିସ କହିଥିଲା। ପୋଲିସ ସହ ମୁହାଁମୁହିଁ ବେଳେ ଇସ୍‌ରତଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଘଟଣାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ପକ୍ଷରୁ ୨୦୧୩ରେ ଚାର୍ଜଶିଟ୍‌ ଦାଖଲ କରାଯାଇଥିଲା। ସେଥିରେ ୭ ପୋଲିସ ଅଧିକାରୀଙ୍କୁ ଅଭିଯୁକ୍ତ ଦର୍ଶାଯାଇଥିଲା। ଶୁଣାଣିବେଳେ କୋର୍ଟ କହିଥିଲେ, କୌଣସି ପ୍ରମାଣରୁ ଏହା ପ୍ରମାଣିତ ହୋଇନାହିଁ ଯେ ଇସରତ୍‌ଙ୍କ ସମେତ ଅନ୍ୟ ୩ ଜଣ ଆତଙ୍କବାଦୀ ନ ଥିଲେ। ପୂର୍ବରୁ ୪ ଅଧିକାରୀ ଦୋଷମୁକ୍ତ ହୋଇଥିଲେ ହେଁ ସିବିଆଇ ପକ୍ଷରୁ ଏହି ନିଷ୍ପତ୍ତି ବିରୋଧରେ କୌଣସି ଅପିଲ କରାଯାଇ ନାହିଁ। ସେହି ଆଧାରରେ ବଳକା ୩ ପୋଲିସ ଅଧିକାରୀ ସେମାନଙ୍କ ମୁକ୍ତି ପାଇଁ କୋର୍ଟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri