ମୃତ୍ୟୁ ପୂର୍ବରୁ ଭାଇରାଲ ହେଲା କରୋନା ରୋଗୀଙ୍କ ଶେଷ ଭିଡିଓ

ହାଇଦ୍ରାବାଦ,୨୯।୬: ମୁଁ ନିଃଶ୍ୱାସ ନେଇପାରୁନି…ଭେଣ୍ଟିଲେଟର ବି ହଟାଇ ନିଆଯାଇଛି…ବାୟ ଡାଡି ବାୟ…। ହାଇଦ୍ରାବାଦରୁ ବିଚଳିତ କରିଦେବା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ବାପାଙ୍କଠାରୁ ଶେଷ ବିଦାୟ ନେଇ ମୃତ୍ୟୁ ପୂର୍ବରୁ କିଛି ଏଭଳି କହିଛନ୍ତି କରୋନା ସଂକ୍ରମିତ ରୋଗୀ। ଏହି ଭିଡିଓ ହେଉଛି ହାଇଦ୍ରାବାଦର ଜଣେ ୩୪ବର୍ଷୀୟ ବ୍ୟକ୍ତିଙ୍କର। ଉକ୍ତ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଥିବା ବେଳେ ମୃତ୍ୟୁ ପୂର୍ବରୁ ତାଙ୍କର ଶେଷ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ଦେଖିଲେ ଯେକୌଣସି ବ୍ୟକ୍ତିଙ୍କ ଆଖିରୁ ଲୁହ ଆସିଯିବ। ସୂଚନାଯୋଗ୍ୟ, ଉକ୍ତ ବ୍ୟକ୍ତି କରୋନାରେ ପୀଡ଼ିତ ଥିବା ବେଳେ ତାଙ୍କୁ ବୁଧବାର ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପୂର୍ବରୁ ୧୦ଟି ପ୍ରାଇଭେଟ ହସ୍ପିଟାଲ ତାଙ୍କୁ ଭର୍ତ୍ତି କରିବା ପାଇଁ ମନା କରିଦେଇଥିଲେ। ତେବେ ସରକାରୀ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁର ୧ଘଣ୍ଟା ପୂର୍ବରୁ ସେ ଏକ ଭିଡିଓ କରିଥିଲେ। ଯେଉଁଥିରେ ସେ ନିଜ ବାପାଙ୍କୁ କହିଥିଲେ ସେ ନିଃଶ୍ୱାସ ନେଇପାରୁ ନାହାନ୍ତି। ଏହି ସମସ୍ୟା ବିଷୟରେ ଡାକ୍ତରଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ ୩ଘଣ୍ଟା ହେଲାଣି ତାଙ୍କୁ ଅକ୍ସିଜେନ ଦିଆଯାଇନାହିଁ। ଆଉ ନିଃଶ୍ୱାସ ନେଇପାରୁନି, ଯେମିତି ଲାଗୁଛି ଆଉ ମୁଁ ବଞ୍ଚିବିନି। ସମସ୍ତଙ୍କୁ ମୋର ଶେଷ ବିଦାୟ ବୋଲି ଉକ୍ତ ଭିଡିଓରେ ସେ କହିଛନ୍ତି। ଏଥିସହ ଏହି ଭିଡିଓ ଶେୟାର କରି କରୋନା ହସ୍ପିଟାଲରେ ରୋଗୀ ସମ୍ମୁଖୀନ ହେଉଥିବା ସମସ୍ୟା ପ୍ରତି ଧ୍ୟାନ ଦେବାକୁ ସେ ନିବେଦନ କରିଛନ୍ତି। ଅନ୍ତିମ ସଂସ୍କାର ପରେ ପୁଅର ଏହି ଭିଡିଓକୁ ଦେଖି ବାପା ନିଜକୁ ସମ୍ଭାଳି ପାରୁ ନାହାନ୍ତି। ତେବେ ଏହି ଭିଡିଓ ସର୍ବସମ୍ମୁଖକୁ ଆସିବା ପରେ ହସ୍ପିଟାଲର ପାରିବାପଣିଆ ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି। ଅପରପକ୍ଷେ ମୃତକଙ୍କ କରୋନା ରିପୋର୍ଟ ଅନ୍ତିମ ସଂସ୍କାର ପରେ ଆସିବାରୁ ଏବେ ଚିନ୍ତାର କାରଣ ପାଲଟିଯାଇଛି। କାରଣ ତାଙ୍କ ସଂସ୍ପର୍ଶରେ ପରିବାରର କେତେକ ଲୋକ ଆସିଥିବା ବେଳେ ସେମାନଙ୍କ ଏଯାଏଁ କରୋନା ଯାଞ୍ଚ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri