Posted inଜାତୀୟ

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା ପୂର୍ବରୁ ପାଇଲଟଙ୍କ ଶେଷ ଶବ୍ଦ ‘ଓଃ ସିଟ୍…

ପୁଣେ,୨୯।୧: ବୁଧବାର ଦିନ ମହାରାଷ୍ଟ୍ରର ବାରାମତିରେ ପ୍ଲେନ କ୍ରାଶ ହୋଇଥିଲା । ମହାରାଷ୍ଚ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବର୍ତ୍ତମାନ ସୁଦ୍ଧା ପ୍ଲେନ କ୍ରାଶର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଅନେକ ବିଷୟକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ବିମାନରେ ଥିବା ଦୁଇ ଜଣ କକପିଟ୍ କ୍ରୁ ଦୁର୍ଘଟଣାର କିଛି ସମୟ ପୂର୍ବରୁ ‘ଓଃ ସିଟ୍… ଓଃ ସିଟ୍’ କହିଥିଲେ ।

ସକାଳ ପ୍ରାୟ ୮ଟା୪୫ ସମୟରେ ଦିଲ୍ଲୀ-ଭିଏସଆର ଭେଞ୍ଚର୍ସ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ପରିଚାଳିତ ଏକ ଲିଅରଜେଟ୍ ୪୫ ବିମାନ ବାରାମତି ଟେବୁଲ-ଟପ୍ ଏୟାରଷ୍ଟ୍ରିପରେ ଅବତରଣ କରିବାର ଦ୍ୱିତୀୟ ପ୍ରୟାସ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ୬୬ ବର୍ଷୀୟ ପାୱାର, ତାଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ ଏବଂ ପରିଚାରିକା ଏବଂ ଦୁଇ ଜଣ କକପିଟ୍ କ୍ରୁ, ପାଇଲଟ୍-ଇନ୍-କମାଣ୍ଡ ସୁମିତ କପୁର ଏବଂ ପ୍ରଥମ ଅଧିକାରୀ ଶାମ୍ଭବୀ ପାଠକଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା।

ଘଟଣାକ୍ରମ ବିଷୟରେ ବର୍ଣ୍ଣନା କରି, ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ (DGCA)ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ “କ୍ରୁଙ୍କଠାରୁ ଶୁଣିବାକୁ ମିଳିଥିବା ଶେଷ ଶବ୍ଦଗୁଡ଼ିକ ଥିଲା ‘ଓଃ ସିଟ୍… ଓଃ ସିଟ୍’ । ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (AAIB) ର ଏକ ବିଶେଷଜ୍ଞ ଦଳ ବୁଧବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଏହି ଦୁଃଖଦ ଦୁର୍ଘଟଣାର ଫୋରେନସିକ୍ ତଦନ୍ତ ଆରମ୍ଭ କରିଥିଲେ।

ତେବେ ଏକ ରିପୋର୍ଟରୁ ଜଣାପଡିଛି ଯେ, ବିମାନର ମୁଖ୍ୟ ପାଇଲଟ୍ ସୁମିତ କପୁର ଦୁର୍ଘଟଣା ପୂର୍ବରୁ ମେଡେ କଲ୍ କରିନଥିଲେ । କିନ୍ତୁ କ୍ୟାପ୍ଟେନ୍ ସମ୍ଭାବୀ ପାଠକ ଦୁର୍ଘଟଣା ପୂର୍ବରୁ ଏହି ଦୁଇଟି ଶବ୍ଦ କହିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ରନୱେ ସହିତ ଧକ୍କା ହେବା ମାତ୍ରେ ବିମାନଟି ବିସ୍ଫୋରଣ ହୋଇଥିଲା । ତେବେ ସ୍ଥାନୀୟ ଲୋକେ ପହଞ୍ଚିବା ବେଳେ ଭୟଙ୍କର ନିଆଁ ସହ ଧୂଆଁମୟ ହୋଇଯାଇଥିଲା । ଗାଁ ଲୋକେ ବିମାନର ଯାତ୍ରୀମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ, କିନ୍ତୁ ନିଆଁ ଏତେ ତୀବ୍ର ଥିଲା ଯେ ସେମାନେ ସାହାଯ୍ୟ କରିପାରିନଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri