ପିଲାଦିନେ ଘର ଛାଡି ପଳାଇଥିଲେ ଏହି ପ୍ରସିଦ୍ଧ ଗାୟିକା, ଆଉ ତା’ପରେ

ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହର ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ ବଡ ଥିଲେ। ମାତ୍ର ୫ ବର୍ଷ ବୟସରୁ ନିଜ ପିତାଙ୍କଠାରୁ ସେ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ। ତାଙ୍କୁ ମାତ୍ର ୧୩ ବର୍ଷ ହୋଇଥିବାବେଳେ ପିତାଙ୍କ ଦେହାନ୍ତ ଘଟିଥିଲା। ଏହାପରେ ତାଙ୍କ ସମ୍ପୂର୍ଣ୍ଣ ପରିବାର ଭାଙ୍ଗିପଡିଥିଲା। ଲତା ଘରର ସବୁ ଦାୟିତ୍ୱ ନିଜ ମୁଣ୍ଡକୁ ନେଇଥିଲେ। କିନ୍ତୁ ବେଳେବେଳେ ତାଙ୍କ ରାଗ ମଧ୍ୟ ଆସୁଥିଲା। ସେ ରାଗିକି ଆଟାଚ୍‌ରେ ଲୁଗାପଟା ପୂରାଇ ଘରୁ ପଳାଉଥିଲେ। ପ୍ରତିଥର ଘର ଲୋକ ବୁଝାସୁଝା ପରେ ପୁଣି ଫେରୁଥିଲେ। ଥରେ ସେ ରାଗିକି ଘରୁ ପଳାଇଥିଲେ। କିନ୍ତୁ ଏଥର ତାଙ୍କୁ କେହି ଡାକିବାକୁ ଆସି ନ ଥିଲେ। ଫଳରେ ସେ ଅନେକ ସମୟ ପର୍ଯ୍ୟନ୍ତ ଏକୁଟିଆ ବସି ରହିଲେ। କିଛି ଘଣ୍ଟା ପରେ ନିଜ ଭୁଲ ବୁଝିପାରିଥିଲେ। ସେଦିନଠାରୁ ଶପଥ ନେଇଥିଲେ ସେ ଆଉ କେବେ ଏମିତି କରିବେ ନାହିଁ। ୧୯୪୫ରେ ସେ ମୁମ୍ବାଇ ପଳାଇଆସିଥିଲେ। ସେ ବଲିଉଡ୍‌ରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଭାବିନେଇଥିଲେ। ଏହାପରେ ସେ ଓସ୍ତାଦ ଅମନ ଅଲ୍ଲୀ ଖାନ୍‌ଙ୍କଠାରୁ ହିନ୍ଦୁସ୍ତାନୀ କ୍ଲାସିକାଲ୍‌ ମ୍ୟୁଜିକ୍‌ ଶିଖିଥିଲେ। ୧୯୪୫ରେ ଫିଲ୍ମ ବଡି ମା’ରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରଠାରୁ ସେ ଆଉ ପଛକୁ ଫେରି ଚାହିଁନାହାନ୍ତି। ଗୋଟିଏ ପରେ ଗୋଟିଏ ହିଟ୍‌ ଗୀତ ସେ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଗତ ୭ ଦଶନ୍ଧିରୁ ଅଧିକ ସମୟ ଧରି ଭାରତୀୟ ସଙ୍ଗୀତ ଜଗତରେ ନିଜ କୋକିଳ ସ୍ବରରେ ସମସ୍ତଙ୍କ ମତୁଆଲା କରିଚାଲିଛନ୍ତି ସେ। ଭାରତୀୟ ସଙ୍ଗୀତ ଇତିହାସରେ ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଯେଉଁ ଉପଲବ୍ଧି ହାସଲ କରିଛନ୍ତି ଭବିଷ୍ୟତରେ କୌଣସି ଗାୟିକା ତାକୁ ଭାଙ୍ଗିବା ଅସମ୍ଭବ ମନେ ହୁଏ। ତାଙ୍କ ଭଉଣୀ ଆଶା ଏବଂ ଉଷା ମଧ୍ୟ ସଙ୍ଗୀତ ଜଗତରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଲତାଙ୍କୁ ଭାରତର ସର୍ବୋଚ୍ଚ ସମ୍ମାନ ଭାରତରତ୍ନରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri