Posted inଜାତୀୟ

ଲତା ମଙ୍ଗେସ୍‌କର ପୁଣି ଗୁରୁତର

ନୂଆଦିଲ୍ଲୀ,୬।୨ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ଅବସ୍ଥା ଗୁରୁତର ରହିଛି। ସେ ଏବେ ଆଇସିୟୁରେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଲତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ରେ ତୀକ୍ଷ୍ଣ ନଜର ରଖିଛନ୍ତି। ତେଣୁ କୌଣସି ଗୁଜବକୁ ବିଶ୍ୱାସ ନ କରିବା ପାଇଁ ଲତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ପ୍ରତୀତ ସାମଦାନୀ ଶନିବାର ସୂଚନା ଦେଇଛନ୍ତି। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି

ହୋଇଥିଲେ। ପରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିଲେ। ଇତିମଧ୍ୟରେ ସେ କୋଭିଡ୍‌ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ଗୁରୁତର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ବୋଲି ଡାକ୍ତର ସାମଦାନୀ କହିଛନ୍ତି।
ସୁର ସମ୍ରାଜ୍ଞୀ ଲତା ହିନ୍ଦୀ, ମରାଠୀ, ବଙ୍ଗଳା ଏବଂ ବହୁ ଆଞ୍ଚଳିକ ଭାଷାରେ ଗୀତ ଗାଇଛନ୍ତି। ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ବିଭୂଷଣ ଏବଂ ଦାଦାସାହେବ ଫାଲ୍‌କେ ପୁରସ୍କାର ସହିତ ଅନେକ ଜାତୀୟ ତଥା ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ୨୦୦୪ରେ ବଲିଉଡ୍‌ ରିଲିଜ୍‌ ଭିର୍‌-ଜରା ଲତାଙ୍କ ଶେଷ ଆଲ୍‌ବମ୍‌। ’ନାଇଟେଙ୍ଗଲ ଅଫ୍‌ ଇଣ୍ଡିଆ’ ଭାବରେ ଜଣାଶୁଣା ଲତା ୧୯୪୨ରେ ପିତା ପଣ୍ଡିତ ଦୀନାନାଥ ମଙ୍ଗେସ୍‌କରଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ ସହାୟତା କରିବା ପାଇଁ ଗୀତ ଗାଇବା ଆରମ୍ଭ କରିଥିଲେ। ସେ ଜଣେ ଶାସ୍ତ୍ରୀୟ ଗାୟିକ ତଥା ଥିଏଟର ଅଭିନେତ୍ରୀ ଥିଲେ। ୧୯୪୮ରେ ବଲିଉଡ୍‌ରେ ଲତାଙ୍କ ପ୍ରଥମ ଗୀତ ହେଉଛି ଚଳଚ୍ଚିତ୍ର ମଜବୁରର ‘ଦିଲ୍‌ ମେରା ତୋଡା’। ହେଲେ ୧୯୪୯ରେ ମହଲ୍‌ ଚଳଚ୍ଚିତ୍ରର ‘ଆୟେଗା ଆନେୱାଲା’ ତାଙ୍କର ପ୍ରଥମ ପ୍ରମୁଖ ଗୀତ ହିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri