Posted inଜାତୀୟ

ଲତା ମଙ୍ଗେସ୍‌କର ପୁଣି ଗୁରୁତର

ନୂଆଦିଲ୍ଲୀ,୬।୨ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ଅବସ୍ଥା ଗୁରୁତର ରହିଛି। ସେ ଏବେ ଆଇସିୟୁରେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଲତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ରେ ତୀକ୍ଷ୍ଣ ନଜର ରଖିଛନ୍ତି। ତେଣୁ କୌଣସି ଗୁଜବକୁ ବିଶ୍ୱାସ ନ କରିବା ପାଇଁ ଲତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ପ୍ରତୀତ ସାମଦାନୀ ଶନିବାର ସୂଚନା ଦେଇଛନ୍ତି। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି

ହୋଇଥିଲେ। ପରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିଲେ। ଇତିମଧ୍ୟରେ ସେ କୋଭିଡ୍‌ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ଗୁରୁତର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ବୋଲି ଡାକ୍ତର ସାମଦାନୀ କହିଛନ୍ତି।
ସୁର ସମ୍ରାଜ୍ଞୀ ଲତା ହିନ୍ଦୀ, ମରାଠୀ, ବଙ୍ଗଳା ଏବଂ ବହୁ ଆଞ୍ଚଳିକ ଭାଷାରେ ଗୀତ ଗାଇଛନ୍ତି। ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ବିଭୂଷଣ ଏବଂ ଦାଦାସାହେବ ଫାଲ୍‌କେ ପୁରସ୍କାର ସହିତ ଅନେକ ଜାତୀୟ ତଥା ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ୨୦୦୪ରେ ବଲିଉଡ୍‌ ରିଲିଜ୍‌ ଭିର୍‌-ଜରା ଲତାଙ୍କ ଶେଷ ଆଲ୍‌ବମ୍‌। ’ନାଇଟେଙ୍ଗଲ ଅଫ୍‌ ଇଣ୍ଡିଆ’ ଭାବରେ ଜଣାଶୁଣା ଲତା ୧୯୪୨ରେ ପିତା ପଣ୍ଡିତ ଦୀନାନାଥ ମଙ୍ଗେସ୍‌କରଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ ସହାୟତା କରିବା ପାଇଁ ଗୀତ ଗାଇବା ଆରମ୍ଭ କରିଥିଲେ। ସେ ଜଣେ ଶାସ୍ତ୍ରୀୟ ଗାୟିକ ତଥା ଥିଏଟର ଅଭିନେତ୍ରୀ ଥିଲେ। ୧୯୪୮ରେ ବଲିଉଡ୍‌ରେ ଲତାଙ୍କ ପ୍ରଥମ ଗୀତ ହେଉଛି ଚଳଚ୍ଚିତ୍ର ମଜବୁରର ‘ଦିଲ୍‌ ମେରା ତୋଡା’। ହେଲେ ୧୯୪୯ରେ ମହଲ୍‌ ଚଳଚ୍ଚିତ୍ରର ‘ଆୟେଗା ଆନେୱାଲା’ ତାଙ୍କର ପ୍ରଥମ ପ୍ରମୁଖ ଗୀତ ହିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri