ଅଯୋଧ୍ୟାରେ ୭.୯ କୋଟି ଟଙ୍କାରେ ନିର୍ମାଣ ହେଉଛି ଲତାମଙ୍ଗେସକର ଚୌକ, ଲାଗିବ ୧୦.୮ ମିଟର ଲମ୍ବର ବୀଣା

ଅଯୋଧ୍ୟା,୩ ।୯: ଭଗବାନ ରାମଙ୍କ ନଗରୀ ଅଯୋଧ୍ୟା କିଛି ବର୍ଷ ହେବ ଉତ୍ତର ପ୍ରଦେଶ ଓ ଦେଶର ରାଜନୀତିରେ ଚର୍ଚ୍ଚାର କେନ୍ଦ୍ର ହୋଇ ରହିଛି । ଏଠାରେ ବହୁ ବିକାଶ ମୂଳକ କାର୍ଯ୍ୟ ବି ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛି । ଏବେ ଅଯୋଧ୍ୟାରେ ସ୍ୱର କୋକିଳା ଲତା ମଙ୍ଗେସକରଙ୍କ ସ୍ମୃତିରେ ଏକ ଚୌକ ବା ଛକ ନିର୍ମାଣ କରାଯାଇଛି । ଏହାର ନିର୍ମାଣ କାର୍ଯ୍ୟ ୧୫ ସେପ୍ଟେମ୍ବର ସୁଦ୍ଧା ଶେଷ କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି ।
ସୂଚନାଯୋଗ୍ୟ, ଲତା ମଙ୍ଗେସକରଙ୍କ ପରଲୋକ ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଲତାଙ୍କ ନାମରେ ଚୌକ ନିର୍ମାଣ କରିବାକୁ ଘୋଷଣା କରିଥିଲେ । ଅଯୋଧ୍ୟା ବିକାଶ ପ୍ରାଧିକରଣ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନୟା ଘାଟ ଅଞ୍ଚଳରେ ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଚୌକ ନିର୍ମାଣ କରାଯାଉଛି ଯେଉଁଠାରେ ଏକ ବୀଣା ଲାଗିବ । ଏହି ବୀଣାର ଡିଜାଇନ ବିଶ୍ୱ ପ୍ରସିଦ୍ଧ ମୂର୍ତ୍ତିକାର ଓ ପଦ୍ମ ପୁରସ୍କାର ବିଜେତା ରାମବି ସୁତାର ପ୍ରସ୍ତୁତ କରୁଛନ୍ତି । ଏହି ବୀଣାର ଲମ୍ବ ୧୦.୮ ମିଟର ଓ ଉଚ୍ଚତା ୧୨ ମିଟର ହେବ ବୋଲି କୁହାଯାଉଛି । ସ୍ମୃତି ସ୍ଥଳର ନିର୍ମାଣ ଭବିଷ୍ୟତରେ ରାସ୍ତାର ପ୍ରସସ୍ତିକରଣକୁ ନଜରରେ ରଖି କରାଯାଇଛି । ଏହି ଚୌକ ନିର୍ମାଣରେ ପ୍ରାୟ ୭କୋଟି ୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଅନୁମାନ କରାଯାଇଛି । ଅଗଷ୍ଟ ୧୦ରୁ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟ ୧୫ ସେପ୍ଟେମ୍ବର ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri