ସାନ ଭଉଣୀକୁ ଛାଡ଼ି ଚାଲିଗଲେ ୟୁସୁଫ ଭାଇ

ମୁମ୍ବାଇ: ବଲିଉଡ୍‌ରେ ଟ୍ରାଜେଡି କିଙ୍ଗ୍‌ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଦିଲ୍ଲୀପ କୁମାରଙ୍କ ୯୮ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗ ପରେ ହିନ୍ଦୀ ସିନେମାର ଏକ ଯୁଗର ଅବସାନ ଘଟିଛି। ବୁଧବାର ସକାଳ ସାଢ଼େ ୭ଟାରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଅନେକ ସେଲିବ୍ରିଟି ସୋସିଆଲ ମିଡିଆରେ ଟୁଇଟ କରି ଶୋକ ବ୍ୟକ୍ତ କରିଛନ୍ତି। ଇତିମଧ୍ୟରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ମଧ୍ୟ ତାଙ୍କ ନିଧନରେ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଦିଲ୍ଲୀପଙ୍କ ସହ ଲତା ନିଜର କେତେକ ପୁରୁଣା ଫଟୋକୁ ଶେୟାର କରିଛନ୍ତି। ଏଥିସହ ସେ ଟୁଇଟ କରି ଲେଖିଛନ୍ତି, ଆଜି ୟୁସୁଫ ଭାଇ ନିଜ ସାନ ଭଉଣୀଙ୍କୁ ଛାଡ଼ି ଚାଲିଯାଇଛନ୍ତି। ୟୁସୁଫ ଭାଇଙ୍କ ବିୟୋଗରେ ସେ ବହୁ ମର୍ମାହତ, ତାଙ୍କ ପାଖରେ କହିବାକୁ କିଛି ଶବ୍ଦ ନାହିଁ। ଅଭିନେତା ଦିଲ୍ଲୀପଙ୍କ ମୃତ୍ୟୁ ପରେ ଏକ ଯୁଗର ଅନ୍ତ ଘଟିଛି, ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ଲତା କହିଛନ୍ତି। ଏଥିସହ ସେ କହିଛନ୍ତି, ସାଏରା ଭାଉଜଙ୍କ ସେବା ମଧ୍ୟ ଅତୁଳନୀୟ। ଫିଲ୍ମ ଜଗତରେ ଦିଲ୍ଲୀପ କୁମାରଙ୍କ ଅତୁଳନୀୟ ଅବଦାନ ରହିଛି। ସିନେମାର ମହାନ କଳାକାରଙ୍କ ମଧ୍ୟରୁ ସେ ମଧ୍ୟ ଜଣେ। ଏଥିପାଇଁ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀପ କୁମାରଙ୍କୁ ରାଜକୀୟ ସମ୍ମାନ ସହିତ ଅନ୍ତିମ ବିଦାୟ ଦିଆଯିବ ବୋଲି ମହାରାଷ୍ଟ୍ର ସରକାର ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri