Posted inଜାତୀୟ

ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ପରଲୋକ

ନୂଆଦିଲ୍ଲୀ,୬।୨: ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିଲେ। ଇତିମଧ୍ୟରେ ସେ କୋଭିଡ୍‌ ଏବଂ ନିମୋନିଆରୁ ଆରୋଗ୍ୟ ଲାଭ କରିଥିଲେ ସୁଦ୍ଧା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଚିକିତ୍ସା କରୁଥିବା ଡାକ୍ତରୀ ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ସୁର ସମ୍ରାଜ୍ଞୀ ଲତା ହିନ୍ଦୀ, ମରାଠୀ, ବଙ୍ଗଳା ଏବଂ ବହୁ ଆଞ୍ଚଳିକ ଭାଷାରେ ଗୀତ ଗାଇଛନ୍ତି। ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ବିଭୂଷଣ ଏବଂ ଦାଦାସାହେବ ଫାଲ୍‌କେ ପୁରସ୍କାର ସହିତ ଅନେକ ଜାତୀୟ ତଥା ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ୨୦୦୪ରେ ବଲିଉଡ୍‌ ରିଲିଜ୍‌ ଭିର୍‌-ଜରା ଲତାଙ୍କ ଶେଷ ଆଲ୍‌ବମ୍‌। ’ନାଇଟେଙ୍ଗଲ ଅଫ୍‌ ଇଣ୍ଡିଆ’ ଭାବରେ ଜଣାଶୁଣା ଲତା ୧୯୪୨ରେ ପିତା ପଣ୍ଡିତ ଦୀନାନାଥ ମଙ୍ଗେସ୍‌କରଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ ସହାୟତା କରିବା ପାଇଁ ଗୀତ ଗାଇବା ଆରମ୍ଭ କରିଥିଲେ। ସେ ଜଣେ ଶାସ୍ତ୍ରୀୟ ଗାୟିକ ତଥା ଥିଏଟର ଅଭିନେତ୍ରୀ ଥିଲେ। ୧୯୪୮ରେ ବଲିଉଡ୍‌ରେ ଲତାଙ୍କ ପ୍ରଥମ ଗୀତ ହେଉଛି ଚଳଚ୍ଚିତ୍ର ମଜବୁରର ‘ଦିଲ୍‌ ମେରା ତୋଡା’। ହେଲେ ୧୯୪୯ରେ ମହଲ୍‌ ଚଳଚ୍ଚିତ୍ରର ‘ଆୟେଗା ଆନେୱାଲା’ ତାଙ୍କର ପ୍ରଥମ ପ୍ରମୁଖ ଗୀତ ହିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri