ଲତାଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି: ୨୯ ଦିନ ହେବ ଭର୍ତ୍ତି ଅଛନ୍ତି ଆଇସିୟୁରେ

ମୁମ୍ବାଇ,୬ ।୨: ଭାରତ ରନ୍ନ, ସୁର ସାମ୍ରାଜ୍ଞି ଲତା ମଙ୍ଗେସକରଙ୍କର ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଛି । ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ସେ ଦୀର୍ଘ ୨୯ ଦିନ ହେବ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି । ଶନିବାର ହଠାତ୍ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ହୋଇଥିଲା । ତେବେ ସ୍ୱତନ୍ତ୍ର ଡାକ୍ତରୀ ଟିମଙ୍କ ଦ୍ୱାରା ତାଙ୍କର ଚିକିତ୍ସା ଚାଲିଥିବା ବେଳେ ରବିବାର ସକାଳ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଥିବା ଜଣାପଡିଛି । ସବୁ ମହଲରୁ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଉଛି । ବିଶ୍ୱାସ ରହିଛି କି ସେ ଖୁବଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବେ । ନିଜର ସୁମଧୁର କଣ୍ଠରେ କିଛି ପିଢିଧରି ରାଜ କରୁଥିବା ଏହି ସ୍ୱର କୋକିଳାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଖବର ଆସିବା ପରେ ତାଙ୍କ ପ୍ରଶଂସକ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି । ଭଉଣୀ ତଥା ବଲିଉଡ ଗାୟିକା ଆଶା ଭୋସଲେ ଏହି ଖବର ଦେଇଛନ୍ତି । ସୂଚନଯୋଗ୍ୟ, ୮ ଜାନୁୟାରୀରେ ସେ କରୋନାରେ ପୀଡିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହାପରେ ସେ କରୋନାରୁ ସୁସ୍ଥ ହୋଇଯାଇଥିବା ବେଳେ ପୁଣିଥରେ ଅସୁସ୍ଥ ହୋଇ ପଡିଥିଲେ । ୯୨ ବର୍ଷିୟା ଲତାଙ୍କ ସ୍ୱାସ୍ଥୃାବସ୍ଥ୍ରା ସମ୍ପର୍କରେ ଜାଣିବା ଲାଗି ବହୁ ନେତା ଓ ବଲିଉଡ ସେଲିବ୍ରିଟିମାନେ ବ୍ରିଚ କାଣ୍ଡି ହସ୍ପିଟାଲ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri