୩୩ ବର୍ଷ ବୟସରେ ଲତା ମଞ୍ଜେସକରଙ୍କୁ ଦିଆଯାଇଥିଲା ବିଷ

ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହା ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ ବଡ ଥିଲେ। ମାତ୍ର ୫ ବର୍ଷ ବୟସରୁ ନିଜ ପିତାଙ୍କଠାରୁ ସେ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ। ତାଙ୍କୁ ମାତ୍ର ୧୩ ବର୍ଷ ହୋଇଥିବାବେଳେ ପିତାଙ୍କ ଦେହାନ୍ତ ଘଟିଥିଲା। ଏହାପରେ ତାଙ୍କ ସମ୍ପୂର୍ଣ୍ଣ ପରିବାର ଭାଙ୍ଗିପଡିଥିଲା। ଲତା ଘରର ସବୁ ଦାୟିତ୍ୱ ନିଜ ମୁଣ୍ଡକୁ ନେଇଥିଲେ।
ଆଜି ଏହି ବିଶେଷ ଦିନରେ ଲତା ମଞ୍ଜେସକରଙ୍କ ସଂଘର୍ଷ କାହାଣୀ ବିଷୟରେ କହିବାକୁ ଯାଉଛୁ ଯେତେବେଳେ ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା। ଲତାଙ୍କୁ ୩୩ ବର୍ଷ ହୋଇଥିଲା, ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା। ସେ ପ୍ରାୟ ୩ ମାସ ପର୍ଯ୍ୟନ୍ତ ଶଯ୍ୟାରୁ ବାହାରି ପାରି ନ ଥିଲେ। ସେହି ସମୟରେ ତାଙ୍କ କ୍ୟାରିଅର୍‌ ପିକ୍‌ରେ ଥିଲା। ଲତା ଜିଙ୍କ ପେଟରେ ହଠାତ୍‌ ଯନ୍ତ୍ରଣା ହେଲା ଏବଂ ପରେ ବାନ୍ତି ମଧ୍ୟ ଆରମ୍ଭ ହେଲା। ତାଙ୍କ ଅବସ୍ଥା ବିଗିଡି ଯାଇ ତୁରନ୍ତ ଡାକ୍ତରଙ୍କୁ ଡକାଗଲା। ଏହା ପରେ ଡାକ୍ତର କହିଥିଲେ ଯେ, ତାଙ୍କୁ ମୃଦୁ ବିଷ ଦିଆଯାଇଥିଲା। କୁହାଯାଏ ଯେ, ଲତା ଜୀଙ୍କୁ ତାଙ୍କ ଖାଦ୍ୟରେ ବିଷ ଦିଆଯାଇଥିଲା। ଶରୀରକୁ ଦୀର୍ଘ ସମୟ ଧରି ପ୍ରଭାବିତ କରିଥିଲା ଏବଂ ସେ ତିନିମାସ ପର୍ଯ୍ୟନ୍ତ ବିଛଣାରେ ଶୋଇଥିଲେ। ଏକ ସାକ୍ଷାତକାର ସମୟରେ ଲତା ମଙ୍ଗେଶକର ନିଜେ ଏହା ପ୍ରକାଶ କରିଥିଲେ। ସେ କହିଥିଲେ ଯେ, ସେ ଜାଣନ୍ତି କିଏ ତାଙ୍କୁ ବିଷ ଦେଉଛି କିନ୍ତୁ ତାଙ୍କର କୌଣସି ପ୍ରମାଣ ନାହିଁ।

ଲତା ଦିଦି ତାଙ୍କ ଜୀବନରେ ଅନେକ ସଫଳତା ହାସଲ କରିଛନ୍ତି । ସେ ଗୀତ କ୍ଷେତ୍ରରେ ଅନେକ ସମ୍ମାନ ମଧ୍ୟ ପାଇଛନ୍ତି। ଗୀତ କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନ ପାଇଁ ତାଙ୍କୁ ଭାରତ ରତ୍ନ, ପଦ୍ମଭୂଷଣ, ପଦ୍ମ ଭୂଷଣ ଏବଂ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି। ଲତା ଦିଦି କୋଡ଼ିଏରୁ ଅଧିକ ଭାରତୀୟ ଭାଷାରେ ୩୦ ହଜାରରୁ ଅଧିକ ଗୀତ ଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri