ବିବାହର ୧୫ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେଲେ ଅଭିନେତ୍ରୀ, କହିଲେ-ମୁଁ ତାଙ୍କ…

ମୁମ୍ବାଇ: ୧୫ ବର୍ଷର ବୈବାହିକ ଜୀବନରେ ଫାଟ। ସ୍ବାମୀ ତଥା ଅଭିନେତା ସଞ୍ଜୀବ ସେଠଙ୍କଠାରୁ ଅଲଗା ହୋଇଛନ୍ତି ଟେଲି ଅଭିନେତ୍ରୀ ଲତା ସବରଓ୍ବାଲ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ‘ୟେ ରିସ୍ତା କ୍ୟା କେହଲାତା ହୈ’ରେ ଏକାଠି କାମ କରିବା ବେଳଠାରୁ ପ୍ରଶଂସକ ଉଭୟଙ୍କ ଯୋଡ଼ିକୁ ବେଶ ପସନ୍ଦ କରୁଥିଲେ। ଏବେ ଦୁହେଁ ଅଲଗା ହେବା ଖବର ଝଟ୍‌କା ସାବ୍ୟସ୍ତ ହୋଇଛି।

ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ଲତା ଲେଖିଛନ୍ତି, ଦୀର୍ଘଦିନର ନିରବତା ପରେ ଘୋଷଣା କରୁଛି ଯେ ମୁଁ(ଲତା ସବରଓ୍ବାଲ) ସ୍ବାମୀ(ସଞ୍ଜୀବ ସେଠ)ଙ୍କଠାରୁ ଅଲଗା ହୋଇଯାରିଛି। ମୋତେ ଗୋଟିଏ ସୁନ୍ଦର ପୁଅ ଦେବା ପାଇଁ ମୁଁ ବେଶ ଆଭାରୀ ରହିବି। ଆଗାମୀ ଜୀବନ ଲାଗି ତାଙ୍କୁ ଶୁଭକାମନା ଦେଉଛି। ସମସ୍ତଙ୍କୁ ଅନୁରୋଧ କରୁଛି ଯେ ମୋ ସହ ମୋ ପରିବାରର ଶାନ୍ତିର ସମ୍ମାନ କରନ୍ତୁ। ଏନେଇ କିଛି ପ୍ରଶ୍ନ କରନ୍ତୁ ନାହିଁ। ନା ଫୋନ କରନ୍ତୁ।

ଲତାଙ୍କ ପୋଷ୍ଟ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଏତେ ବର୍ଷର ସମ୍ପର୍କ ପରେ କ’ଣ ପାଇଁ ଦୁହେଁ ଏତେ ବଡ଼ ନିଷ୍ପତ୍ତି ନେଲେ ସେ ନେଇ ପ୍ରଶ୍ନ କରାଯାଉଛି।

କହିରଖୁଛୁ, ଉଭୟ ‘ୟେ ରିସ୍ତା କ୍ୟା କେହଲାତା ହୈ’ର ଶୁଟିଂ ସେଟ୍‌ରେ ପରସ୍ପରକୁ ଭେଟିଥିଲେ। ଏହାର ବର୍ଷକ ପରେ ୨୦୧୦ରେ ସେମାନେ ବିବାହ କରିଥିଲେ। ବିବାହରୁ ଦୁହିଁଙ୍କ ଗୋଟିଏ ପୁଅ ଅଛି, ଯାହାର ନାମ ଆରବ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri