Posted inଖେଳ

ଭୁଲ୍‌ କରିଦେଲେ ବିରାଟ କୋହଲି

ସିଡନୀ,୯।୧୨: ଭାରତୀୟ ଦଳର ଏକ ଭୁଲ ନିଷ୍ପତି ଯୋଗୁ ତୃତୀୟ ଟି-୨୦ରେ ଭାରତ ପରାସ୍ତ ହୋଇଛି। ଡିଆରଏସ୍‌ ନେବାରେ ବିଳମ୍ବ ହେତୁ ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ୱେଡ ଗୁରୁତ୍ୱପୂର୍ଣ୍ଣ ୩୦ ରନ ସ୍କୋର କରିଥିଲେ, ଯାହା ଶେଷରେ ନିର୍ଣ୍ଣାୟକ ହୋଇଥିଲା। ମ୍ୟାଚ୍‌ ପରେ ଅଧିନାୟକ ବିରାଟ କୋହଲି ଏହି ପ୍ରକାର ଭୁଲ ଗ୍ରହଣୀୟ ନୁହେଁ ବୋଲି କହିଥିଲେ। ଅଷ୍ଟ୍ରେଲିୟ ଇନିଂସର ୧୧ତମ ଓଭରରେ ଟି. ନଟରାଜନଙ୍କ ବଲ ୱେଡଙ୍କ ପ୍ୟାଡରେ ବାଜିଥିଲା। ଅମ୍ପାୟାର ଏହାକୁ ଏକ ନଟଆଉଟ ବୋଲି କହିଥିଲେ। କିଛି ସମୟ ଆଲୋଚନା ପରେ ଭାରତୀୟ ଦଳ ଅପିଲ କରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଅମ୍ପାୟର ଡିଆରଏସକୁ ସୂଚିତ କରିଥିଲେ। ମାଥ୍ୟୁ ୱେଡ କିନ୍ତୁ ତୁରନ୍ତ ଏହାକୁ ବିରୋଧ କଲେ କାରଣ ଡିଆରଏସ ନେବାକୁ ୧୫ ସେକେଣ୍ଡ ସମୟ ଅବଧି ଶେଷ ହୋଇଯାଇଥିଲା।ଏହା ପରେ, ଡିଆରଏସ୍‌ ନେବାକୁ ନିଷ୍ପତ୍ତି ରଦ୍ଦ ହୋଇ ଯାଇଥିଲା। କୋହଲି ମ୍ୟାଚ ପରେ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ଏହା ଏକ ସିଧା ବଲ ଥିଲା, କିନ୍ତୁ ବଲ ଗୋଡ ପାର୍ଶ୍ୱକୁ ଯାଉଛି କି ନାହିଁ ଆମେ ଆଲୋଚନା କରିଥିଲୁ। ଏହା ପରେ ଆମେ ପୁନର୍ବାର ସମୀକ୍ଷା କରିବାକୁ ସ୍ଥିର କଲୁ, କିନ୍ତୁ ସେତେବେଳକୁ ସମୟ ସରିଯାଇଥିଲା। ଏଭଳି ଭୁଲ ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?