Posted inଜାତୀୟ

ବାପାଙ୍କ ଆସନରୁ କ୍ୟାରିୟର ଆରମ୍ଭ କରିବେ ପୁଅ

ପଣଜୀ,୧।୧୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରାକ୍ତନ ପ୍ରତିରକ୍ଷାମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ପଣଜୀ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବା ପାଇଁ ମନ ବଳାଇଛନ୍ତି। ଉଚ୍ଚଶିକ୍ଷିତ ବ୍ୟବସାୟୀ ଉତ୍ପଳ କହିଛନ୍ତି, ବାପାଙ୍କ ପାରମ୍ପରିକ ଆସନରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିବା ପାଇଁ ଭାଜପାକୁ ଜଣାଇଦେଇଛନ୍ତି। ଟିକେଟ ମିଳିବା ନେଇ ସେ ଆଶାବାଦୀ। ପ୍ରକାଶ ଯେ, ୨୦୧୯ ମାର୍ଚ୍ଚରେ ପାରିକରଙ୍କ ପରଲୋକ ହେବା ପରେ ଉପନିର୍ବାଚନରେ ଏହି ହାଇପ୍ରୋଫାଇଲ ଆସନକୁ କଂଗ୍ରେସର ଆଟାନାସିଓ ମୋନ୍‌ସେରେଟ ଭାଜପା ହାତରୁ ଛଡ଼ାଇନେଇଥିଲେ। ମୋନ୍‌ସେରେଟ ପରବର୍ତ୍ତୀ ସମୟରେ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri