Posted inଖେଳ

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ ରାଙ୍କିଙ୍ଗ୍‌ ଉପରେ ମଧ୍ୟ ପଡ଼ିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ଶୁଭମନ ଗିଲ ଏବଂ ଷ୍ଟାର୍‌ ପେସର ଜସପ୍ରୀତ ବୁମ୍‌ରାଙ୍କୁ ଝଟକା ଲାଗିଛି। ଅନ୍ୟପଟେ ଇଂଲଣ୍ଡର ଓଲି ରବିନସନ ଚମତ୍କାର ପ୍ରଦର୍ଶନ କରି ଟେଷ୍ଟ ବୋଲରଙ୍କ ଟପ୍‌-୫ରେ ପ୍ରବେଶ କରିଛନ୍ତି।

ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଓଲି ରବିନସନଙ୍କ ଦମଦାର ପ୍ରଦର୍ଶନ ତାଙ୍କୁ ରାଙ୍କିଙ୍ଗ୍‌ରେ ବଡ଼ ଫାଇଦା ଦେଇଛି। ସେ ମ୍ୟାଚରେ ମୋଟ ୨୭ ଓଭର ବୋଲିଂ କରି ଦୁଇଟି ଇନିଂସରେ ୮ଟି ଉଇକେଟ୍‌ ନେଇଥିଲେ। ଏହାପରେ ରବିନସନ ଟେଷ୍ଟ ବୋଲିଂ ରାଙ୍କିଙ୍ଗରେ ପଞ୍ଚମ ସ୍ଥାନକୁ ଉଠିଛନ୍ତି। ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କୁ ଲଗାତାର ଦ୍ୱିତୀୟ ସପ୍ତାହରେ ଗୋଟିଏ ସ୍ଥାନର କ୍ଷତି ହୋଇଛି। ସେ ଏବେ ତୃତୀୟ ସ୍ଥାନକୁ ଖସିଛନ୍ତି। ତାଙ୍କ ଉପରକୁ ମ୍ୟାଟ ହେନରୀ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ବୁମରା ଭାରତର ଗତ ତିନୋଟି ଟେଷ୍ଟ ମ୍ୟାଚରୁ ବାହାରେ ରହିଛନ୍ତି। ମ୍ୟାଚ ନ ଖେଳିବାର ପ୍ରଭାବ ଏବେ ତାଙ୍କ ରାଙ୍କିଙ୍ଗ୍‌ରେ ମଧ୍ୟ ଦେଖିବାକୁ ମିଳିଛି। ଟେଷ୍ଟ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍‌ଙ୍କୁ ମଧ୍ୟ ବଡ଼ ଝଟକା ଲାଗିଛି। ଶ୍ରୀଲଙ୍କା ବିପକ୍ଷ ସିରିଜରେ ୩ଟି ଇନିଂସ୍‌ରେ ମାତ୍ର ୭୪ ରନ କରିଥିବା ଗିଲ ୨ଟି ସ୍ଥାନ ତଳକୁ ଖସି ଏବେ ନବମ ସ୍ଥାନରେ ପହଞ୍ଚିଛନ୍ତି। ତେବେ ଭାରତ ପାଇଁ ଟେଷ୍ଟ ବ୍ୟାଟିଂ ରାଙ୍କିଙ୍ଗରେ ଋଷଭ ପନ୍ତଙ୍କ ସ୍ଥାନ ଅପରିବର୍ତ୍ତିତ ରହିଛି। ସେ ସପ୍ତମ ସ୍ଥାନରେ ରହି ଭାରତର ଟପ୍‌ ଟେଷ୍ଟ ବ୍ୟାଟର ଭାବେ ରହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?