ଜନ ଧନ ଆକାଉଣ୍ଟ ସଂଖ୍ୟା ୪୦ କୋଟି ଟପିଲା, ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ, ୩।୮: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିଓ୍ବାଇ)ଅଧୀନରେ ୪୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ଏହି ଯୋଜନା ୬ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା। ସର୍ବଶେଷ ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ଜନ ଧନ ବ୍ୟାଙ୍କ ଆକାଉଣ୍ଟ ୪୦.୦୫ କୋଟି ଲୋକ ଖୋଲିଛନ୍ତି। ଏହି ଆକାଉଣ୍ଟରେ ଜମା ହୋଇଥିବା ପରିମାଣ ୧.୩୦ ଲକ୍ଷ କୋଟିରୁ ଅଧିକ ହୋଇଛି। ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା ଆର୍ଥିକ ସେବା ବିଭାଗ (ଡିଏଫଏସ) ଏକ ଟୁଇଟ ଜରିଆରେ ଏହି ସୂଚନା ଦେଇଛି। ପିଏମ୍‌ଜେଡିଓ୍ବାଇ ଅଧୀନରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଏବେ ଏହା ବିଶ୍ୱର ସର୍ବବୃହତ ଆର୍ଥିକ ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମ। ଜନ ଧନ ଆକାଉଣ୍ଟରେ ଏହି ସଫଳତା ଯୋଜନାର ଷଷ୍ଠ ବାର୍ଷିକୀ ପୂର୍ବରୁ କିଛି ଦିନ ପୂର୍ବରୁ ହାସଲ କରିଛି। ଏହି ଯୋଜନା ୨୮ଅଗଷ୍ଟ ୨୦୧୪ରେ ଆରମ୍ଭ କରାଯାଇଥିଲା। ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ଦେଶର ସମସ୍ତ ଲୋକଙ୍କୁ ବ୍ୟାଙ୍କିଙ୍ଗ ସୁବିଧା ସହିତ ଯୋଡିବା।

ଜନ ଧନ ଆକାଉଣ୍ଟରେ ଏହି ସୁବିଧା ଉପଲବ୍ଧ
ପିଏମ୍‌ଜେଡିଓ୍ବାଇ ଅଧୀନରେ ଖୋଲାଯାଇଥିବା ଆକାଉଣ୍ଟଗୁଡ଼ିକ ହେଉଛି ମୌଳିକ ସଞ୍ଚୟ ବ୍ୟାଙ୍କ ଆକାଉଣ୍ଟ
ଏହାସହ ରୁପେ ଡେବିଟ କାର୍ଡ ଏବଂ ଆକାଉଣ୍ଟଧାରୀଙ୍କୁ ଓଭରଡ୍ରାଫ୍ଟ ଦେବା ପାଇଁ ଅତିରିକ୍ତ ସୁବିଧା ଦିଆଯାଏ
ଆକାଉଣ୍ଟ ଧାରକ ସବୁବେଳେ ଏହି ଆକାଉଣ୍ଟରେ ସର୍ବନିମ୍ନ ପରିମାଣ ବଜାୟ ରଖିବା ଆବଶ୍ୟକ ନାହିଁ
ଏହି ଯୋଜନାର ସଫଳତା ପାଇଁ ୨୦୧୮ ଜାନୁୟାରୀ ୨୮ପରେ ଖୋଲାଯାଇଥିବା ଆକାଉଣ୍ଟଧାରୀମାନଙ୍କ ପାଇଁ ସରକାର ଦୁର୍ଘଟଣା ବୀମା ରାଶି ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ୧ଲକ୍ଷ ଟଙ୍କା ରଖାଯାଇଥିଲା।
ଏହା ସହିତ ଆକାଉଣ୍ଟରେ ଓଭରଡ୍ରାଫ୍ଟ ସୁବିଧା ସୀମା ମଧ୍ୟ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri